ନିଜ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ ; ଅବସ୍ଥା ଗୁରୁତର

କଲକାତା : କଲକାତା ବିମାନବନ୍ଦରରେ ଗୁରୁବାର ସକାଳେ ସିଆଇଏସଏଫର ଜଣେ ଯବାନ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଛନ୍ତି। ସେ ନିଜର ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କରି ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଚିକିତ୍ସା ଜାରି ରହିଛି। ଯବାନ ଜଣଙ୍କ ଏପରି କରିବାର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Comments are closed.