www.samajalive.in
Wednesday, November 19, 2025
29.1 C
Bhubaneswar

ହତ୍ୟା ପୂର୍ବରୁ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ; କୋଲକାତା ମେଡିକାଲ କଲେଜରେ ଘଟିଥିଲା ଲୋମଟାଙ୍କୁରା ଘଟଣା, ଜଣେ ଗିରଫ

କୋଲକାତା: ପଶ୍ଚିମବଙ୍ଗର ଆର.ଜେ କର ମେଡିକାଲ କଲେଜ ଓ ହସ୍ପିଟାଲରେ ଶିକ୍ଷାନବିସ ଡାକ୍ତର (ଟ୍ରେନି ଡାକ୍ତର)ଙ୍କ ସହ ଘଟିଥିବା ଲୋମଟାଙ୍କୁରା ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ମହିଳା ଡାକ୍ତରଙ୍କୁ ପ୍ରଥମେ ଦୁଷ୍କର୍ମ କରି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପୁଲିସ ଏହି ମାମଲାରେ ଖୋଳତାଡ ଜାରି ରଖିଥିବା ବେଳେ ସିସିଟିଭି ଫୁଟେଜ ଆଧାରରେ ଜଣଙ୍କୁ ଗିରଫ କରିଛି। ମୃତା ଡାକ୍ତର ଜଣଙ୍କ କଲେଜ ସେମିନାର ହଲରେ ଅଚେତ ଅବସ୍ଥାରେ ମିଳିଥିଲେ। ସାଙ୍ଗେ ସାଙ୍ଗେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାରେ କୋଲକାତା ପୁଲିସ ତଦନ୍ତ କରି ଅଗଷ୍ଟ ୯ତାରିଖ ଦିନ ସିସିଟିଭି ଫୁଟେଜ ଆଧାରରେ ମେଡିକାଲ କଲେଜର ଜଣେ କର୍ମଚାରୀ ସଞ୍ଜୟ ରାୟକୁ ଗିରଫ କରିଛି। ଘଟଣାରେ ସ୍ଥାନୀୟ ପୁଲିସ ଦୁଷ୍କର୍ମ ମାମଲା ରୁୁଜୁ କରିଛି। ଟ୍ରେନି ଡାକ୍ତରଙ୍କ ବିଷୟରେ କୁହାଯାଉଛି ଯେ ମେଡିକାଲ କଲେଜର ଦ୍ୱିତୀୟ ବର୍ଷର ଛାତ୍ରୀ ଥିଲେ।

Hot this week

ରଣଜୀ ଟ୍ରଫି : ଓଡିଶାର ପ୍ରଥମ ବିଜୟ

ଭୁବନେଶ୍ୱର:ରଣଜୀ ଟ୍ରଫିରେ ଚଳିତ ସିଜନରେ ଓଡିଶାର ପ୍ରଥମ ବିଜୟ ହୋଇଛି। ନାଗାଲାଣ୍ଡକୁ...

ଶପଥ ନେବେ ନୀତିଶ : ବଦଳିଲା ସମୟ

ସମାଜ ଲାଇଭ ଡ଼େସ୍କ : ଆସନ୍ତାକାଲି ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ...

ସାପ କାମୁଡା ମୃତ୍ୟୁ ପାଇଁ ୧୦ ଲକ୍ଷ !

ଭୁବନେଶ୍ଵର: ସାପ କାମୁଡା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ...

ମାରି​ଦେଲା ଚିପ୍ସ ପ୍ୟାକେଟ୍ ଖେଳନା

ବାଲିଗୁଡ଼ା: ଏମିତି ବି ଆସେ ମୃତ୍ୟୁ। ବାଲିଗୁଡା ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ...

ଶୀତ ଦିନେ ଗୁଡ ଖାଇଲେ ମିଳିବ ଅନେକ ଫାଇଦା

ସମାଜ ଲାଇଭ ଡ଼େସ୍କ : ଶୀତଦିନ ଆସିବା ସହିତ ଗୁଡ଼ ବଜାରରେ...

Related Articles

Popular Categories