www.samajalive.in
Sunday, December 7, 2025
14.1 C
Bhubaneswar

ଦୁର୍ଗାପୂଜା ସମୟରେ କଲକାତାରେ ପୁଣି ଲଜ୍ଜା; ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରି ନଦୀରେ ଫିଙ୍ଗିଲେ

ସମାଜ ଡିଜିଟାଲ ଡେସ୍କ: କଲକାତାରେ ପୁଣି ଚାଞ୍ଚଲ୍ୟ। ଦୁର୍ଗାପୂଜା ସମୟରେ ଯେଉଁଠି ଦେବୀ ଦୁର୍ଗାଙ୍କୁ ସବୁଠାରୁ ଅଧିକା ପୂଜାର୍ଚ୍ଚନା କରାଯିବା ସହ ରୀତିନୀତି ଅନୁସାରେ ନବରାତ୍ରୀକୁ ଧୁମଧାମରେ ପାଳନ କରାଯାଏ ସେଠାରେ ଏହି ସମୟରେ ବି ସୁରକ୍ଷିତ ନୁହଁନ୍ତି ଝିଅ। କଲକାତାରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ଥମିନଥିବା ବେଳେ ଜଣେ ନାବାଳିକା ଦୁଷ୍କର୍ମର ଶିକାର ହୋଇଛନ୍ତି। ଦକ୍ଷିଣ କଲକାତାର ୨୪ ପ୍ରଜଣାରେ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀ ଟ୍ୟୁସନରୁ ଘରକୁ ଫେରୁଥିବା ବେଳେ ଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏପରିକି ଦୁଷ୍କର୍ମ ପରେ ତାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇ ନଦୀରେ ଫିଙ୍ଗି ଦିଆଯାଇଥିଲା। ଶନିବାର ସକାଳେ କୃପାଖଲି ଗ୍ରାମର ଗଙ୍ଗା ନଦୀ କୂଳରୁ ନାବାଳିକାର ଊର୍ଦ୍ଧ୍ବାର ହୋଇଛି।
ସୂଚନା ଅନୁସାରେ ଶୁକ୍ରବାର ସନ୍ଧ୍ୟାରେ ନାବାଳିକା ଜଣକ ନିଖୋଜ ଥିବାନେଇ ପରିବାର ସଦସ୍ୟ ଅନେକ ସ୍ଥାନରେ ଖୋଜାଖୋଜି କରିବା ପରେ ମଧ୍ୟରାତ୍ରିରେ ପୁଲିସରେ ଅଭିଯୋଗ କରିଥିଲେ। ପୁଲିସ ଏକ ମାମଲା ରୁଜୁ କରି ପ୍ରାଥମିକ ତଦନ୍ତ ଆରମ୍ଭ କରି ଅଭିଯୁକ୍ତକୁ ଗିରଫ କରିଛି। ନଦୀ କୂଳରୁ ନାବାଳିକାର ମୃତଦେହ ଊର୍ଦ୍ଧ୍ବାର କରି ପୁଲିସ ଅଧିକ ତଦନ୍ତ ଜାରି ରଖିଥିବା ସ୍ଥାନୀୟ ଏସପି କହିଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories