www.samajalive.in
Sunday, December 7, 2025
18.1 C
Bhubaneswar

ଡିସେମ୍ବର ୧୫ରୁ କୋଣାର୍କରେ ଇକୋ ରିଟ୍ରିଟ୍, ଡିସେମ୍ବର ୧ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ

ପୁରୀ: କୋଣାର୍କ ମେରାଇନ ଡ୍ରାଇଭ ଠାରେ ଇକୋ ରିଟ୍ରିଟ୍ ଚଳିତ ବର୍ଷ ଡିସେମ୍ବର ୧୫ ତାରିଖରୁ ଆରମ୍ଭ ହେବ। ତେବେ ସମସ୍ତ ବିଭାଗ ସେମାନଙ୍କୁ ନ୍ୟସ୍ତ ଦାୟିତ୍ୱକୁ ତ୍ୱରାନ୍ୱିତ କରିବା ସହ ଡିସେମ୍ବର ୧ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଶ୍ରୀ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ପୂର୍ବ ବର୍ଷର ଅଭିଜ୍ଞତା ଓ ଅନୁଭବକୁ ଆଧାର କରି ଚଳିତ ବର୍ଷର ଇକୋ ରିଟ୍ରିଟକୁ ଅଧିକ ଆକର୍ଷଣୀୟ ଓ ମନୋଜ୍ଞ ଭାବେ ଆୟୋଜନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଯେଉଁ ବିଭାଗର ଯାହା ଦାୟିତ୍ୱ ତାହାକୁ ନିଷ୍ଠାପର ଓ ଧାର୍ଯ୍ୟ ସମୟ ପୂର୍ବରୁ ସାରିବାକୁ ସେ ପରାମର୍ଶ ଦେଇଥିଲେ। ପ୍ରତ୍ୟେକ ବିଭାଗ ପ୍ରତ୍ୟେକଙ୍କ ସହ ସମନ୍ବୟ ରଖି କାମ କରି ବାହାରୁ ଆସୁଥିବା ପର୍ଯ୍ୟଟକ ମାନଙ୍କୁ ସହଯୋଗ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ।

କେନ୍ଦ୍ର ସରକାରଙ୍କ ପ୍ରତ୍ୟେକ ନୀତି ଓ ନିଷ୍ପତ୍ତି ବିକଶିତ ଭାରତ ପ୍ରତି ସମର୍ପିତ – ପ୍ରଧାନମନ୍ତ୍ରୀ

- Advertisement -

ପର୍ଯ୍ୟଟନ ବିଭାଗ ଜିଲ୍ଲା ପ୍ରଶାସନ ଓ ଇ ଫାକ୍ଟର ଏଜେନ୍ସିର ମିଳିତ ସହଯୋଗରେ ଇକୋ ରିଟ୍ରିଟ୍ ଚଳିତ ବର୍ଷ ଡିସେମ୍ବର ୧୫ରୁ ୩ ମାସ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଲକଜରି ଟେଣ୍ଟ ବ୍ୟବସ୍ଥା କରାଯିବ ଯେଉଁଥିରେ ତାରକା ହୋଟେଲ ଅନୁରୂପ ସୁବିଧା ଯୋଗାଇ ଦିଆଯିବ। ଇକୋ ରିଟ୍ରିଟ୍ ସମୟରେ ଜଳକ୍ରିଡା, ବିଚ ସ୍ପୋର୍ଟସ, ଇଣ୍ଡୋର ଗେମ ଇତ୍ୟାଦି ବ୍ୟବସ୍ଥା ମଧ୍ୟ ଉପଲବ୍ଧ ହେବ। ନିରବଛିନ୍ନ ବିଦ୍ୟୁତ ଯୋଗାଣ, ପାଣି ଯୋଗାଣ, ଚନ୍ଦ୍ରଭାଗା ଠାରୁ ରାମଚଣ୍ଡୀ ପର୍ଯ୍ୟନ୍ତ ରାସ୍ତା ଆଲୋକୀକରଣ, ମୋବାଇଲ ନେଟୱାର୍କ ସହ ସ୍ୱାସ୍ଥ୍ୟ ଚିକିତ୍ସା ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ଟ୍ରାଫିକ ବ୍ୟବସ୍ଥା, ପାର୍କିଂ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା, ୨୪ ଘଣ୍ଟିଆ ଲାଇଫ ଗାର୍ଡ ବ୍ୟବସ୍ଥା କରାଯିବ। ପର୍ଯ୍ୟଟକ ମାନଙ୍କ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯିବ ବୋଲି ସ୍ଥିର ହୋଇଛି। ସମସ୍ତ କାର୍ଯ୍ୟକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେବା ସହ ଆସୁଥିବା ପର୍ଯ୍ୟଟକ ମାନେ ଯେପରି ଏକ ସୁଖଦ ଅନୁଭବ ନେଇ ଫେରିବେ ସେଥିପ୍ରତି ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ। ସେହିପରି ଆଲୋକୀକରଣ ପାଇଁ ବ୍ୟବହୃତ ସିଷ୍ଟମ ଗୁଡିକ କୋଣାର୍କ ଏନଏସି ପକ୍ଷରୁ ଇକୋ ରିଟ୍ରିଟ ପରେ ଖୋଲି ଦାୟିତ୍ୱରେ ରଖାଯିବା ଓ ପରବର୍ତ୍ତୀ ବର୍ଷମାନଙ୍କରେ ଉପଯୋଗ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।

୧୨ଟି ଜିଲ୍ଲାକୁ ସତର୍କତା, କୋହଲା ପବନ ସହ ହେବ ବଜ୍ରପାତ

ବୈଠକରେ ଡିଏଫଓ ବିବେକ କୁମାର, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ଅତିରିକ୍ତ ଏସପି ବିଷ୍ଣୁ ପ୍ରସାଦ ପତି, ସିଡ଼ିଏମଓ ଡା ରୂପଭାନୁ ମିଶ୍ର, ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା, ପର୍ଯ୍ୟଟନ ସହକାରୀ ନିର୍ଦ୍ଦେଶକ ସରୋଜ କାନ୍ତ ପ୍ରଧାନ, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମୀୟ କୁମାର ସେଠୀ ଅନ୍ୟାନ୍ୟ ବିଭାଗ, ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ଓ ଇକୋ ରିଟ୍ରିଟର ଆୟୋଜନ କରୁଥିବା ଇ ଫାକ୍ଟରର ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ। ଇକୋ ରିଟ୍ରିଟ ପାଇଁ ବର୍ତ୍ତମାନ ଠାରୁ ବୁକିଂ ‘bookodisha.com’ ଓ ‘odishaecoretreats.com’ ରେ ଆରମ୍ଭ ହୋଇଛି ବୋଲି ପର୍ଯ୍ୟଟନ ସହକାରୀ ନିର୍ଦ୍ଦେଶକ ଶ୍ରୀ ପ୍ରଧାନ ସୂଚନା ଦେଇଛନ୍ତି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories