www.samajalive.in
Sunday, December 7, 2025
14.1 C
Bhubaneswar

କାର୍‌କୁ ଧକ୍କା ଦେଲା ହାଇଓ୍ବା, ଜଳିଗଲା କାର୍

କୋଣାର୍କ: ଦିନକୁ ଦିନ ରାଜ୍ୟରେ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ପୁରୀ-କୋଣାର୍କ ବେଳାମାର୍ଗ ରାମଚଣ୍ଡୀ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ଏକ ହାଇଓ୍ବା କାରକୁ ଧକ୍କା ଦେଇଥିଲା। ଫଳରେ ରାସ୍ତା ଉପରେ କାରଟି ହୁତହୁତ୍ ହୋଇ ଜଳିଯାଇଛି। ଏବଂ ଦୁର୍ଘଟଣାରେ ୩ ଜଣ ଆହତ ହୋଇଛନ୍ତି। ତୁରନ୍ତ ସେମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପୁରୀରୁ ୩ ଜଣ ସାଙ୍ଗ ହୋଇ ଏକ କାର୍ ଯୋଗେ କୋଣାର୍କ ବୁଲିବାକୁ ଆସୁଥିଲେ। ରାତି ୪ଟା ସମୟରେ ବୁଲାଣି ନିକଟରେ ଦ୍ରୁତ ଗତିରେ ଆସୁଥିବା ଏକ ହାଇଓ୍ବା କାରଟିକୁ ଧକ୍କା ଦେଇଥିଲା। ଫଳରେ କାର୍ ଟି ଓଲଟି ପଡି ଜଙ୍ଗଲ ଭିତରକୁ ପଶି ଯାଇଥିଲା।  ଏବଂ ନିଆଁ ଲାଗି ହୁତହୁତ୍ ହୋଇ ଜଳିବାକୁ ଲାଗିଥିଲା। ଖବର ପାଇଁ କୋଣାର୍କ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories