www.samajalive.in
Saturday, December 6, 2025
14.1 C
Bhubaneswar

ମଣ୍ଡପରେ ପିଟି ହେଲା ବାଇକ୍: ଦୁଇ ମୃତ, ଜଣେ ଗୁରୁତର

କୋଣାର୍କ: କୋଣାର୍କ କାକଟପୁର ରାସ୍ତା ବଢେଇ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା  ଘଟିଛି।  ରାସ୍ତାକଡ ମଣ୍ଡପରେ ପିଟି ହୋଇ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ଗତକାଲି ବିଳମ୍ବିତ ରାତିରେ  ୩ଜଣ ଯୁବକ ଏକ ବାଇକରେ ଯାଉଥିବାବେଳେ ଭାରସାମ୍ୟ ହରାଇ ରାସ୍ତାକଡରେ ଥିବା ତ୍ରିନାଥ ମଣ୍ଡପରେ ପିଟି ହୋଇଯାଇଥିଲା। ଦୁର୍ଘଟଣାରେ ଦୁଇ ଜଣ ଯୁବକଙ୍କର ମୃତ୍ୟୁ ଘଟିଛି। ଏବଂ ଅନ୍ୟ ଜଣେ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଭୁବନେଶ୍ଵରକୁ ସ୍ଥାନାନ୍ତର କରାଯାଇଛି। ମୃତାହତମାନେ ଚାରି ଛକ ଅଞ୍ଚଳର ବୋଲି ଜଣାପଡିଛି। ପରେ ଖବର ପାଇ ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories