www.samajalive.in
Friday, December 5, 2025
20.1 C
Bhubaneswar

କେନାଲରେ ୧୫ ଫୁଟର ଘାଇ: ଜଳମଗ୍ନ ଚାଷ ଜମି

କୋଣାର୍କ: ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗତ କିଛି ଦିନ ହେବ ଲଗାଣ ବର୍ଷା ଜାରି ରହିଛି। ଯାହା ଜନ ଜୀବନକୁ ପୁରା ଅସ୍ତବ୍ୟସ୍ତ କରିପକାଉଛି। ନିମାପଡା ମୁଖ୍ୟ କେନାଲର ମୁରାରିପୁରଠାରେ ଆଜି୧୫ ଫୁଟର ଘାଇ ସୃଷ୍ଟି ହୋଇଛି। ଯାହାଫଳରେ ପ୍ରାୟ ୧୦ ଏକରରୁ ଅଧିକ ଚାଷ ଜମି ଜଳମଗ୍ନ ହୋଇଛି। ବ୍ୟାପକ ଫସଲ ନଷ୍ଟ ହେବାର ସମ୍ଭାବନା ରହିଛି । ତେଣୁ ଚାଷୀକୁଳ ଚିନ୍ତାରେ ପଡିଛି। ଅନ୍ୟପଟେ ମୌସୁମୀ ଟ୍ରପ୍ ଲାଇନ୍ ସକ୍ରିୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ତିନି ଦିନ ପର୍ଯ୍ୟନ୍ତ ଏପରି ବର୍ଷା ଲାଗି ରହିବ। ଆଜି କିଛି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories