www.samajalive.in
Saturday, December 6, 2025
15.1 C
Bhubaneswar

ଯୁକ୍ତ ଦୁଇ ଛାତ୍ରୀ ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ସମାଜ ଡିଜିଟାଲ ଡେସ୍କ: କୋଣାର୍କ ବଳଙ୍ଗା ଥାନା ବାୟାବର ଗାଁରେ ଅଭାବନୀୟ ଘଟଣା ଘଟିଛି । ଯୁକ୍ତ ଦୁଇରେ ପାଠ ପଢୂଥିବା ଛାତ୍ରୀ ଜଣଙ୍କ ଦେହରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ । ୩ଜଣ ଦୁର୍ବୃତ୍ତ ନାବାଳିକାଙ୍କ ଦେହରେ ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି । ଗୁରୁତର ଅବସ୍ଥାରେ ନାବାଳିକା ଛାତ୍ରୀକୁ ପିପିଲି ମେଡିକାଲରୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଉଛି । ବଳଙ୍ଗା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା କରୁଛି । ତେବେ ନାବାଳିକାଙ୍କ ଉପରେ କିଏ ଓ କାହିଁକି ନିଆଁ ଲଗାଇ ଦେଇଥିଲେ ସେନେଇ ତନାଘନା ଆରମ୍ଭ ହୋଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories