www.samajalive.in
Monday, December 15, 2025
14.1 C
Bhubaneswar

ମାଗଣାରେ ପର୍ଯ୍ୟଟକ ବୁଲିବେ କୋଣାର୍କ

କୋଣାର୍କ: ଆଜିଠୁ ବିଶ୍ୱ ଐତିହ୍ୟ ସପ୍ତାହ ଆରମ୍ଭ ହୋଇଛି। ଏହି ଅବସରରେ ଆଜି କୋଣାର୍କ ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି। ଏଏସଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି। ପର୍ଯ୍ୟଟକ ମାନଙ୍କୁ ଗୋଟିଏ ଦିନ ପାଇଁ ପ୍ରବେଶ ଶୁଳ୍କ ଛାଡ଼ ହୋଇଥିବା କୋଣାର୍କ ସଂରକ୍ଷଣ ଅଧିକାରୀ ତ୍ରୈଲୋକ୍ୟ ନାଥ ବେହେରା ପ୍ରକାଶ କରିଛନ୍ତି। ଦିଲ୍ଲୀରେ ଆତଙ୍କବାଦୀ ବିସ୍ଫୋରଣ ଘଟଣାକୁ ଆଖି ଆଗରେ ରଖି ସୂର୍ଯ୍ୟ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ମଙ୍ଗଳବାର ଅପରାହ୍ନରେ ପୁରୀ ଏସ୍‌ପି ସୂର୍ଯ୍ୟମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥାର ସ୍ଥିତି ଅନୁଧ୍ୟାନ କରିବା ସହ ଟିକିନିଖି ବୁଲିଦେଖି ତଦାରଖ କରିଥିଲେ ।

ବିଶ୍ୱଐତିହ୍ୟ ସୂର୍ଯ୍ୟମନ୍ଦିରର ସୁରକ୍ଷା ଦାୟିତ୍ୱ ରେ କିଛି ଘରୋଇ ସୁରକ୍ଷା କର୍ମୀମାନଙ୍କୁ ଏଏସ ଆଇ ପକ୍ଷରୁ ନିୟୋଜିତ କରାଯାଇଛି। ଆତଙ୍କବାଦୀଙ୍କ ସମ୍ଭାବ୍ୟ ଆକ୍ରମଣକୁ ନଜରରେ ରଖି ପୁରୀ ଜିଲ୍ଲା ପୁଲିସ ପକ୍ଷରୁ ସୂର୍ଯ୍ୟ ମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିବା ସହ ପର୍ଯ୍ୟଟକମାନଙ୍କୁ ସୁରକ୍ଷା ଓ ନିରାପତ୍ତା ବ୍ୟବସ୍ଥା କଡାକଡି କରିବା ପାଇଁ ପୁରୀ ଏସପି ପ୍ରତୀକ ସିଂହ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରି ସ୍ଥିତି ନିର୍ଣ୍ଣୟ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories