www.samajalive.in
Wednesday, December 10, 2025
14.1 C
Bhubaneswar

କୋଣାର୍କ ଉତ୍ସବର ଦ୍ଵିତୀୟ ସନ୍ଧ୍ୟା ; କଥକ, ଶିବ ତାଣ୍ଡବ ନୃତ୍ୟରେ ମତୁଆଲା ଦର୍ଶକ

କୋଣାର୍କ : ରାଜ୍ୟ ସରକାରଙ୍କ ପର୍ୟ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ କୋଣାର୍କ ଉତ୍ସବର ଆଜି ଥିଲା ଦ୍ବିତୀୟ ସଂଧ୍ୟା। ଏହି ସନ୍ଧ୍ୟାକୁ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଶୁଭାରମ୍ଭ କରିଥିଲେ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ, ପାନୀୟ ଜଳଯୋଗାଣ ଓ କୃଷି ସଶକ୍ତିକରଣ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ମହାରଥୀ। ଏହି ସନ୍ଧ୍ୟାରେ ଅନ୍ୟ ଅତିଥିମାନଙ୍କ ମଧ୍ୟରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ମହେନ୍ଦ୍ର କୁମାର ମଲ୍ଲିକ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଵିଜୟ କୁମାର ନାୟକ, ପର୍ୟ୍ୟଟନ ବିଭାଗ ନିର୍ଦ୍ଦେଶକ ଅର୍ଚନା ପଟ୍ଟନାୟକ, ଯୁଗ୍ମ ନିର୍ଦ୍ଦେଶକ ଉପ୍ତଳ କୁମାର ପତି, ଓଡ଼ିଶା ସଂଗୀତ ନାଟକ ଏକାଡ଼େମୀର ସଚିବ ଡାଃ ଵିଜୟ କୁମାର ଜେନା ଓ ଡ ସଂଗୀତା ଗୋସାଇଁ ପ୍ରମୁଖ କଳାକାର ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଦ୍ଵିତୀୟ ସନ୍ଧ୍ୟାର ପ୍ରଥମାର୍ଦ୍ଧରେ କଥକ ନୃତ୍ୟ ରେ ରାଧା ଓ କୃଷ୍ଣଙ୍କ ଅମର ପ୍ରେମ ଓ ରାସଲୀଳା ଉପରେ ବିଶିଷ୍ଟ କଥକ ନୃତ୍ୟାଙ୍ଗନା ୟୁସ୍ମିନୀ ସିଂ ଓ ସାଥି କଳାକାର ମାନଙ୍କ ଦ୍ଵାରା ପରିବେଷିତ ହୋଇଥିଲା। ସନ୍ଧ୍ୟାର ଅନ୍ତିମ ପର୍ୟ୍ୟାୟରେ ଓଡିଶୀ ନୃତ୍ୟ ପରିବେଷଣ କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories