www.samajalive.in
Saturday, December 6, 2025
17.1 C
Bhubaneswar

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ବାଇକ, ୪ ନାବାଳକ ମୃତ

କୋରାପୁଟ : କୋରାପୁଟ ପାଡୁଆ ଅଞ୍ଚଳରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୪ ଜଣ ନାବାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁସାରେ ଗୋଟିଏ ବାଇକରେ ୪ ନାବାଳକ ଯାଉଥିବା ସମୟରେ କୋରାପୁଟ ପାଡୁଆ ଡାକବଙ୍ଗଳା ୟୁ ଟର୍ଣ୍ଣ ଛକ ନିକଟରେ ଭାରସାମ୍ୟ ହରାଇ ବାଇକଟି ରାସ୍ତା ତଳକୁ ଖସି ପଡିଥିଲା। ଫଳରେ ଘଟଣା ସ୍ଥଳରେ ୪ ନାବାଳକଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇଁ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ୪ ମୃତ ଦେହକୁ ଉଦ୍ଧାର କରି ପାଡୁଆ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡିଛି।

ସୂଚନାଯୋଗ୍ୟ ଯେ, ଗୁରୁବାର ବିଳମ୍ବିତ ରାତିରେ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରୁ ୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକମାନେ ପାଡୁଆ ଅଞ୍ଚଳର ହୋଇଥିବା ବୋଲି ଜଣାପଡିଛି। ୪ ନାବାଳକଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳର ଶୋକରଛାୟା ଖେଳିଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories