www.samajalive.in
Sunday, December 7, 2025
23.1 C
Bhubaneswar

ବ୍ରିଜ୍‌ରୁ ଖସିଲା ବାଇକ୍, ଦୁଇ ମୃତ

କୋରାପୁଟ: ଜାଗର ଯାତ୍ରା ଦେଖି ଫେରିବା ବେଳେ ଅଘଟଣ। କୋରାପୁଟ ଅନ୍ଧାରୀଘାଟି ତଳକୁ ଖସିପଡିଲା ବାଇକ୍, ଦୁଇ ମୃତ। ଗତକାଲି ଶିବରାତ୍ରୀ ଥିବାବେଳେ ଦୁଇ ଜଣ ବ୍ୟକ୍ତି ଜାଗର ଯାତ୍ରା ଦେଖିବାକୁ ଚାଟୁଆ ଗାଁକୁ ଯାଇଥିଲେ। ଏତିକି ବେଳେ ଭାରସାମ୍ୟ ହରାଇ ବାଇକଟି କୋରାପୁଟ ଚାଟୁଆ ନିକଟସ୍ଥ ଅନ୍ଧାରିଘାଟ ବ୍ରିଜ୍ ନିକଟରେ ଓଲଟି ପଡିଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ପାଡୁଆ ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତକ ଦୁଇ ଜଣ ପଟାଙ୍ଗି ଅଞ୍ଚଳର ବୋଲି ଜଣାପଡିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories