www.samajalive.in
Saturday, December 6, 2025
16.1 C
Bhubaneswar

ଗଛକୁ ପିଟିଲା କାର୍ , ୩ ମୃତ

କୋରାପୁଟ: କୋରାପୁଟ ଜିଲ୍ଲା ବୈପାରୀଗୁଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍ । ଘଟଣାସ୍ଥଳରେ ଗୋଟିଏ ପରିବାରର ୩ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ସକାଳୁ ସକାଳୁ ବୈପାରୀଗୁଡା ଥାନା ଗୌଡଗୁଡା ଛକରେ ଏଭଳି ଅଘଟଣ ଘଟିଛି। ନୟାଗଡରୁ ୬ ଜଣ ଏକ କାର୍ ଯୋଗେ ମାଲକାନଗିରି ଯାଉଥିଲେ। ଏତିକିବେଳେ ଗୌଡଗୁଡା ଛକ ନିକଟରେ କାରଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇ ଯାଇଥିଲା। ଦୁର୍ଘଟଣାରେ କାରର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିଲା। କାର ଭିତରେ ଥିବା ୩ ଜଣ ଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୩ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories