www.samajalive.in
Friday, December 5, 2025
17.1 C
Bhubaneswar

ଦୁଇ କାର୍‌ ମୁହାଁମୁହିଁ ଧକ୍କା: ୪ ମୃତ

କୋରାପୁଟ: କୋରାପୁଟରେ ଭୟଙ୍କର ସଡକ ଦୁର୍ଘଟଣା। ଘଟଣାସ୍ଥଳରେ ଜଣେ ମୃତ, ମେଡିକାଲରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କୋରାପୁଟ ଜିଲ୍ଲା ସୁନାବେଡା ଏନଏଚ୍ ୨୬ ନଂ ଜାତୀୟ ରାଜପଥରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗତକାଲି ସୁନାବେଡା ହାଲ୍ ଗେଷ୍ଟ ହାଉସ୍ ନିକଟରେ ବିଳମ୍ବିତ ରାତିରେ ଦୁଇଟି କାର୍ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣଙ୍କର ମେଡିକାଲରେ ମୃତ୍ୟୁ ଘଟିଛି। ଟାଟା ସଫାରୀ ଗାଡିଟି କୋରାପୁଟରୁ ଦାମନଯୋଡି ଯିବାବେଳେ ସେପଟେ  ସିମିଳିଗୁଡା ପଟୁ ସୁନାବେଳା ଫେରୁଥିଲା ମାରୁତି କାର୍‌ । ଉଭୟଙ୍କ ମଧ୍ୟରେ ହଠାତ୍ ଏକ ବାଇକ୍ ଆସିଯିବାରୁ ମୁହାଁମୁହିଁ ଧକ୍କା ହୋଇଥିଲା। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories