www.samajalive.in
Friday, December 5, 2025
27.1 C
Bhubaneswar

ଦୁଇ ବାଇକ୍ ଧକ୍କା : ଦୁଇ ମୃତ, ୪ ଆହତ

କୋରାପୁଟ : କୋରାପୁଟ ନାରାୟଣପାଟଣାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସୂଚନା ମୂତାବକ ବୁଧବାର ବିଳମ୍ବିତ ରାତିରେ ଗୋଟିଏ ବାଇକରେ ୪ ଜଣ ଏବଂ ଅନ୍ୟ ବାଇକରେ ଦୁଇ ଜଣ ବ୍ୟକ୍ତି ଆସୁଥିଲେ। ଏତିକିବେଳେ ସ୍ଥାନୀୟ ଷ୍ଟେଟ୍ ବ୍ୟାଙ୍କ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ମୃତକ ମାନେ ଗାଦାବାଗୁଡା ଗାଁର ଅଭି ମିଣିଆକା ଏବଂ ଶରତ ତାଡିଙ୍ଗି ବୋଲି ଜଣାପଡିଛି। ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ପ୍ରଥମେ ନାରାୟଣପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ୍‌ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories