www.samajalive.in
Saturday, December 6, 2025
26.1 C
Bhubaneswar

କାଠ ବୋଝେଇ ଟ୍ରକ୍-ବସ୍ ଧକ୍କା: ଏକାଧିକ ଆହତ

କୋରାପୁଟ: କାଠ ବୋଝେଇ ଟ୍ରକ ସହ ବସର ମୁହାଁମୁହିଁ ଧକ୍କା ହୋଇଛି। ୩୨୬ନଂ ଜାତୀୟ ରାଜପଥର କୋରାପୁଟ ଲକ୍ଷ୍ମୀପୁର ଥାନା ତୋୟାପୁଟ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଏକାଧିକ ଯାତ୍ରୀଙ୍କ ସହ ଟ୍ରକ୍ ଡ୍ରାଇଭର ଗୁରୁତର ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ସୂଚନା ଅନୁସାରେ ଆଜି ସକାଳୁ ଏକ ଘରୋଇ ବସ୍ ଥେରୁବାଲିରୁ ଜୟପୁର ଯାଉଥିଲା। ଏହି ସମୟରେ ଏକ ଟ୍ରକ୍ ନଳଗିରିରୁ କାଠ ନେଇ କାଗଜ କଳକୁ ଯାଉଥିବାବେଳେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ଏକାଧିକ ଲୋକ ଆହତ ହୋଇଛନ୍ତି। ଉଭୟ ଟ୍ରକ ଏବଂ ବସ୍ ଡ୍ରାଇଭର ଗୁରୁତର ହୋଇଛନ୍ତି।  ଟ୍ରକ ଡ୍ରାଇଭରଙ୍କୁ କଟର ସାହାଯ୍ୟରେ କାଟି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଗୁରୁତରଙ୍କୁ ପ୍ରଥମେ ଲକ୍ଷ୍ମୀପୁର ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଏବଂ ପରେ କୋରାପୁଟ ଲକ୍ଷ୍ମଣ ନାୟକ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories