www.samajalive.in
Saturday, December 6, 2025
26.1 C
Bhubaneswar

ଭୁଶୁଡ଼ିଲା ମାର୍କେଟ୍ କମ୍ପ୍ଲେକ୍ସ ଛାତ

କୋରାପୁଟ : କୋରାପୁଟ ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖ ମାର୍କେଟ୍ କମ୍ପ୍ଲେକ୍ସ ଛାତ ଭୁଶୁଡ଼ି ପଡିଛି। ଛାତ ତଳେ ଦୋକାନ ମାଲିକ ଲୋକନାଥ ପାତ୍ରଙ୍କ ସମେତ ୪ ଜଣ ଚାପି ହୋଇ ରହିଥିବା ଅନୁମାନ କରାଯାଉଛି। ଗୁରୁତର ଅବସ୍ଥାରେ ଦଶରଥୀଙ୍କୁ ଉଦ୍ଧାର କରି ସହିଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ପଠାଯାଇଛି। ପୁଲିସ ପ୍ରଶାସନ ଓ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏଥିରେ ଓଡ୍ରାଫ, ଦମକଳ ବାହିନୀ , ପୁଲିସ , ସିଭିଲ ଡିଫେନ୍ସ ବାହିନୀ ସାମିଲ ହୋଇଛନ୍ତି। ଘଟଣାସ୍ଥଳରେ ଆରକ୍ଷୀ ଅଧିକ୍ଷକ ରୋହିତ ବର୍ମା , ବିଧାୟକ ରଘୁରାମ ମାଛ , ଅତିରିକ୍ତ ଜିଲାପାଳ ତପନ ନାୟକ , ଉପଜିଲ୍ଲାପାଳ ପ୍ରେମଲାଲା ହିଆଲ , ପୌରାଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ତହସିଲଦାର ପ୍ରମୁଖ ଉପସ୍ଥିତ ରହିଥିଲେ।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories