www.samajalive.in
Saturday, December 6, 2025
16.1 C
Bhubaneswar

ପୁଲିସ ଅଧିକାରୀଙ୍କ ଆତ୍ମହତ୍ୟା ଉଦ୍ୟମ

କୋରାପୁଟ : କୋରାପୁଟରେ ଜନୈକ ପୁଲିସ ଅଧିକାରୀ କାର୍ଯ୍ୟରତ ଅବସ୍ଥାରେ ଆଜି ପୂର୍ବାହ୍ନରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କରି ଗୁରୁତର ଅବସ୍ଥାରେ କୋରାପୁଟ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ଆହତ ନରେନ୍ଦ୍ର ବିଶ୍ବାଳଙ୍କୁ ବିଶାଖାପାଟଣା ସ୍ଥାନାନ୍ତରିତ କରାଯାଇଛି। କୋରାପୁଟ ଏସପି ଅଭିନବ ସୋନକର, ଅତିରିକ୍ତ ଏସପି ବିମଳ କାନ୍ତ ବ୍ରହ୍ମା ଓ ବଳଭଦ୍ର ଦୀପ ,କୋରାପୁଟ ଏସଡିପିଓ ମନୋଜ କୁମାର ପୂଜାରୀ ପ୍ରମୁଖଙ୍କ ସହ ଅନ୍ୟାନ୍ୟ ପୁଲିସ ଅଧିକାରୀଙ୍କ ଉପସ୍ଥିତିରେ କଡା ସୁରକ୍ଷାରେ ଆମ୍ବୁଲାନ୍ସ ଯୋଗେ ବିଶାଖାପାଟଣା ସ୍ଥାନାନ୍ତରିତ କରାଯାଇଥିଲା। ଅଧିକାରୀ କାହିଁକି ଆତ୍ମହତ୍ୟା କରିବାକୁ ଉଦ୍ୟମ କଲେ ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ପୁଲିସ ତରଫରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories