www.samajalive.in
Saturday, December 6, 2025
26.1 C
Bhubaneswar

ଘାଟିରେ ଓଲଟିଲା କାର୍‌‌ ; ୩ ମୃତ

କୋରାପୁଟ : ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୩ ଜଣଙ୍କ ଜୀବନ। ବିଶାଖାପାଟଣା ଯିବା ବେଳେ କାର୍‌‌ଟି ଭାରସାମ୍ୟ ହରାଇ ଘାଟି ତଳକୁ ଖସି ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ବାପା,ମାଆ ଓ ସ୍ୱାମୀ ରହିଥିବା ବେଳେ ଝିଅ ଆହତ ହୋଇଥିଲେ। କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଯୋଡିମାଦେଲି ଘାଟିରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଭିଁଙ୍କ ଘର ଛତିଶଗଡ ରାଜଗାଓଁରେ ବୋଲି ଜଣାପଡିଛି।
ସୂଚନାନୁଯାୟୀ, ଏକ କାର୍‌‌ ଯୋଗେ ଶାଶୁ,ଶ୍ୱଶୁର,ଝିଅ ଓ ଜ୍ୱାଇଁ ଛତିଶଗଡରୁ ରାଜଗାଓଁରୁ ବିଶାଖାପାଟଣା ବୁଲିବାକୁ ଯାଉଥିବା ସମୟରେ ଆଜି ଭୋର ପ୍ରାୟ ୫ଟା ସମୟରେ ଘାଟିରେ କାରଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ସ୍ଥାନୀୟ ଲୋକେ ଓ ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସଭିଁଙ୍କୁ ଉଦ୍ଧାର କରିଥିଲେ। ପୁଲିସ ଗାଡିକୁ ଜବତ କରି ଘଟଣାର ତଦନ୍ତ କରୁଛି।

 

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories