www.samajalive.in
Monday, December 15, 2025
15.1 C
Bhubaneswar

ମଝି ନଦୀରେ ଭାରସାମ୍ୟ ହରାଇ ବୁଡ଼ି ଗଲା ଡଙ୍ଗା: ଜଣେ ମୃତ, ୪ ନିଖୋଜ

କୋରାପୁଟ: ପାଡୁଆ ଥାନା କୁଲାସିଂ ପଞ୍ଚାୟତ ତାନସିଂ ନଦୀରେ ଅଘଟଣ। ନଦୀରେ ଡଙ୍ଗାବୁଡ଼ି ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪ ଜଣ ନିଖୋଜ ଅଛନ୍ତି। ପାରିବାରିକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନଦୀ ପାର ହୋଇ ଯାଉଥିଲାବେଳେ ନଦୀ ମଝିରେ ଭାରସାମ୍ୟ ହରାଇ ଡଙ୍ଗାଟି ବୁଡ଼ିଯାଇଥିଲା।

ତାନସିଂ ଗାଁର ଲାଲମଣି ସୀସା(୪୦), ଶଶି ରେଖା ଆର୍ଲାବ (୩୫), ଶାନ୍ତି ସୀସା (୭), ନବିନା ଆର୍ଲାବ (୧୪) ଓ ପୁଷ୍ପାଞ୍ଜଳି ଆରଲାବ(୬) ମୋଟ ୫ଜଣ ଦେଶୀ ଡଙ୍ଗା ଚଲାଇ ପାତାଳୀ ପଦୀ ପାର ହୋଇ ବଡେଲା ଗାଁକୁ ଯାଉଥିଲେ। ନଦୀ ମଝିରେ ଡଙ୍ଗାଟି ଦୁର୍ଘଟଣାରେ ସମ୍ମୁଖୀନ ହୋଇଥିଲା। ଆଉ ସମସ୍ତେ ବୁଡ଼ି ଯାଇଥିଲେ। ୫ଜଣଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ନଦୀରେ ଭାସୁଥିବା ଅବସ୍ଥାରେ ଠାବ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଅନ୍ୟ ୪ଜଣଙ୍କ ପତ୍ତା ମିଳିନି। ଘଟଣାସ୍ଥଳରେ ନନ୍ଦପୁର ଅଗ୍ନିଶମବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories