www.samajalive.in
Sunday, December 7, 2025
26.1 C
Bhubaneswar

ସ୍କୁଲ୍‌‌ ବସ୍‌‌ ଓଲଟି ମହିଳା ମୃତ ; ବସ୍‌‌ରେ ନଥିଲେ ସ୍କୁଲ ପିଲା

କୋରାପୁଟ : ଘରୋଇ ସ୍କୁଲ୍‌‌ ବସ୍‌‌ ଓଲଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ସହ ୮ ଜଣ ଆହତ ହୋଇଛନ୍ତି। ବୈପାରୀଗୁଡା ଥାନା ମନ୍ତ୍ରୀଆମ୍ବ ନିକଟରେ ମଙ୍ଗଳବାର ଏହି ଘରୋଇ ସ୍କୁଲ ବସ୍‌‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌‌ରେ କୌଣସି ଛାତ୍ରଛାତ୍ରୀ ନଥିଲେ କେବଳ ସ୍କୁଲର କର୍ମଚାରୀ ଥିଲେ ବୋଲି ଜଣାପଡିଛି। ସ୍କୁଲର ଜଣେ କର୍ମଚାରୀଙ୍କ ମୃତ୍ୟୁ ଖବର ଶୁଣି ତାଙ୍କ ଘରକୁ ଯାଉଥିଲେ। ଦୁର୍ଘଟଣାରେ ପ୍ରାଣ ହରାଇଥିବା ମହିଳା ସ୍କୁଲ ପ୍ରିନ୍ସପାଲଙ୍କ ପତ୍ନୀ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories