www.samajalive.in
Saturday, December 6, 2025
26.1 C
Bhubaneswar

ପ୍ରବଳ ବର୍ଷିବ: କୋରାପୁଟ ଓ ଗଜପତିରେ ସବୁ ସ୍କୁଲ୍ ଛୁଟି

କୋରାପୁଟ: ଆଜି କୋରାପୁଟ ଓ ଗଜପତି ଜିଲ୍ଲାରେ ସବୁ ସ୍କୁଲ ଛୁଟି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ପରବର୍ତ୍ତୀ ସମୟରେ ଏହା ଅବପାତରେ ପରିଣତ ହୋଇ ପହିଲା ଯାଏଁ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ଆଜି କୋରାପୁଟ ଏବଂ ଗଜପତି ଜିଲ୍ଲା​‌ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଦୁଇ ଜିଲ୍ଲାରେ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ବର୍ଷା ପାଇଁ ରେଡ୍ ସତର୍କତା ଥିବାରୁ ଉଭୟ ଜିଲ୍ଲାରେ ସ୍କୁଲ ଛୁଟି,  ସହ କୋରାପୁଟରେ ସମସ୍ତ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ। ସେହିପରି ଅଗ୍ନିଶମ ଏବଂ ଓଡ୍ରାଫ୍ ଟିମକୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ବର୍ଷା ବେଳେ ଲୋକମାନଙ୍କୁ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories