www.samajalive.in
Monday, December 8, 2025
13.1 C
Bhubaneswar

ପ୍ରବଳ ବର୍ଷିବ: କୋରାପୁଟ ଓ ଗଜପତିରେ ସବୁ ସ୍କୁଲ୍ ଛୁଟି

କୋରାପୁଟ: ଆଜି କୋରାପୁଟ ଓ ଗଜପତି ଜିଲ୍ଲାରେ ସବୁ ସ୍କୁଲ ଛୁଟି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ପରବର୍ତ୍ତୀ ସମୟରେ ଏହା ଅବପାତରେ ପରିଣତ ହୋଇ ପହିଲା ଯାଏଁ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ଆଜି କୋରାପୁଟ ଏବଂ ଗଜପତି ଜିଲ୍ଲା​‌ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଦୁଇ ଜିଲ୍ଲାରେ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ବର୍ଷା ପାଇଁ ରେଡ୍ ସତର୍କତା ଥିବାରୁ ଉଭୟ ଜିଲ୍ଲାରେ ସ୍କୁଲ ଛୁଟି,  ସହ କୋରାପୁଟରେ ସମସ୍ତ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ। ସେହିପରି ଅଗ୍ନିଶମ ଏବଂ ଓଡ୍ରାଫ୍ ଟିମକୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ବର୍ଷା ବେଳେ ଲୋକମାନଙ୍କୁ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories