www.samajalive.in
Monday, December 15, 2025
24.1 C
Bhubaneswar

କୋଟିଆ ମାମଲା; ଆସନ୍ତା ଶୁକ୍ରବାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ : କୋଟିଆରେ ଆନ୍ଧ୍ରପ୍ରଦେଶ ପଞ୍ଚାୟତ ନିର୍ବାଚନ କରିବା ପ୍ରସଙ୍ଗରେ ଶୁକ୍ରବାର ସୁପ୍ରିମକୋର୍ଟ ପ୍ରତିପକ୍ଷ ଆନ୍ଧ୍ର ପ୍ରଦେଶକୁ ନୋଟିସ୍ ଜାରି କରିଛନ୍ତି। ଓଡିଶା ପକ୍ଷରୁ ହୋଇଥିବା ଆବେଦନ ଉପରେ ଶୁଣାଣି କରି କୋର୍ଟ ଆନ୍ଧ୍ର ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଛନ୍ତି । ଓଡିଶାର କୋଟିଆ ଅଞ୍ଚଳରେ ଆନ୍ଧ୍ର ସରକାରଙ୍କ ତରଫରୁ ପଞ୍ଚାୟତ ନିର୍ବାଚନ କରାଇବା ନେଇ ଚାଲିଥିବା ପ୍ରସ୍ତୁତି ଉପରେ କୋର୍ଟ ସ୍ପଷ୍ଟୀକରଣ ମାଗିଛନ୍ତି । ଏହାସହ ନିର୍ଦ୍ଧାରିତ ସମୟ ଭିତରେ ଜବାବ୍ ଦାଖଲ କରିବାକୁ ଆନ୍ଧ୍ର ସରକାରଙ୍କୁ ନୋଟିସ କରିଛନ୍ତି ସୁପ୍ରିମକୋର୍ଟ। ଆସନ୍ତା ୧୯ ତାରିଖ ଅର୍ଥାତ ଶୁକ୍ରବାର ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି କୋର୍ଟ ପକ୍ଷରୁ ସୂଚନା ଦିଆଯାଇଛି। ଜଷ୍ଟିସ୍ ଏ ଏନ୍ ଖାନବଲିକର ଓ ଜଷ୍ଟିସ୍ ଅନିରୁଦ୍ଧ ବୋଷଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାର ଶୁଣାଣି କରିଛନ୍ତି।

ସୂଚନା ଅନୁଯାୟୀ, କୋଟିଆରେ ଆନ୍ଧ୍ରପ୍ରଦେଶ ପଞ୍ଚାୟତ ନିର୍ବାଚନ କରିବା ପ୍ରସଙ୍ଗରେ ଗୁରୁବାର ଓଡ଼ିଶାର ଆବେଦନକୁ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଗ୍ରହଣ କରିଥିଲେ। ମାମଲାର ଶୀଘ୍ର ଶୁଣାଣି ଲାଗି ଓଡିଶା ସରକାରଙ୍କ ଓକିଲ ବିକାଶ ସିଂ ଓ ଶିବ ଶଙ୍କର ମିଶ୍ର ସୁପ୍ରିମକୋର୍ଟରେ ମେନସନ କରିଥିଲେ।

- Advertisement -

ଶ୍ରୀ ସିଂହ ଯୁକ୍ତି ଉପସ୍ଥାପନ କରି କହିଥିଲେ, କୋଟିଆ ମାମଲାରେ ସ୍ଥିତାବସ୍ଥା ବଜାୟ ରଖିବାକୁ ସର୍ବୋଚ୍ଚ ନ୍ୟାୟ୍ୟାଳୟ ୨୦୦୬ରେ ନିର୍ଦ୍ଦେଶ ଦେଇଥିଲେ। ଆନ୍ଧ୍ର ସରକାର ଏହାକୁ ପାଳନ କରିନାହାନ୍ତି। ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଆନ୍ଧ୍ର ସରକାର କୋଟିଆକୁ ନିଜର ସୀମାରେ ଦର୍ଶାଇ ପଞ୍ଚାୟତ ନିର୍ବାଚନ କରାଉଛି। ଆନ୍ଧ୍ରର ଏଭଳି ଏକତରଫା ଆଚରଣ ଦ୍ବାରା ଗୁରୁତର ସାମ୍ବିଧାନିକ ସଙ୍କଟ ସୃଷ୍ଟି ହୋଇଛି। ଅତଏବ ଏହି ଅଦାଲତ ଅବମାନନା ମାମଲାର ତ୍ବରିତ ଶୁଣାଣି କରାଯାଉ। ଖଣ୍ଡପୀଠ ଏହି ମାମଲାର ଶୁଣାଣି ପାଇଁ ରାଜି ହୋଇଥିଲେ। ବରିଷ୍ଠ ଆଇନଜୀବୀ ବିକାଶ ସିଂହଙ୍କୁ ମାମଲାର ପରିଚାଳନା ସମୟରେ ସହଯୋଗ କରିଥିଲେ ସୁପ୍ରିମ କୋର୍ଟର ଆଡଭୋକେଟ ଅନ୍ ରେକର୍ଡ ଶିବଶଙ୍କର ମିଶ୍ର।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories