www.samajalive.in
Saturday, December 6, 2025
16.1 C
Bhubaneswar

ଗୋଟିଏ ଦେଶ-ଗୋଟିଏ ନିର୍ବାଚନ: ରାଷ୍ଟ୍ରପତିଙ୍କୁ ରିପୋର୍ଟ ଦେଲେ କୋବିନ୍ଦ କମିଟି

ନୂଆଦିଲ୍ଲୀ: ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତି ଭବନରେ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ୧୮ହଜାର ୬୨୬ପୃଷ୍ଠାର ରିପୋର୍ଟ ପ୍ରଦାନ କରିଛନ୍ତି କୋବିନ୍ଦ କମିଟି । ବିଭିନ୍ନ ରାଜନୈତିକ ଦଳ, ବିଶେଷଜ୍ଞ ଓ ଅଂଶୀଦାର ସଂସ୍ଥାଙ୍କ ସହ ଦୀର୍ଘ ୧୯୧ଦିନର ଆଲୋଚନା ପରେ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି । ୨ ସେପ୍ଟେମ୍ବର ୨୦୨୩ରେ ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରାଯାଇଥିଲା ।
ଲୋକସଭା ଓ ବିଧାନସଭା ନିର୍ବାଚନର ଶହେ ଦିନ ମଧ୍ୟରେ ପୌର ଓ ପଂଚାୟତ ନିର୍ବାଚନ କରାଇବାକୁ ରିପୋର୍ଟରେ ପ୍ରସ୍ତାବ ଦିଆଯାଇଛି । ଏହାସହିତ ସମସ୍ତ ନିର୍ବାଚନ ପାଇଁ ଗୋଟିଏ ମତଦାତା ତାଲିକା ପ୍ରସ୍ତୁତ କରିବାକୁ ପ୍ରସ୍ତାବ ଦିଆଯାଇଛି । ଏହି ରିପୋର୍ଟରେ ପ୍ରଥମ ପର୍ଯ୍ୟାୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ବିଷୟରେ କୁହାଯାଇଛି । ଦ୍ୱିତୀୟ ପର୍ଯ୍ୟାୟରେ ନଗରପାଳିକା, ପଂଚାୟତ ନିର୍ବାଚନକୁ ଲୋକସଭା ଓ ରାଜ୍ୟ ବିଧାନସଭା ନିର୍ବାଚନ ସହ ଯୋଡିବା ବିଷୟରେ କୁହାଯାଇଛି ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories