www.samajalive.in
Tuesday, December 9, 2025
15.1 C
Bhubaneswar

ଆଜି ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ; ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ଶୁକ୍ରବାର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ନୂଆଦିଲ୍ଲୀସ୍ଥିତ ‘ସଦୈବ ଅଟଳ’ ସ୍ମାରକୀରେ ବହୁ ବିଶିଷ୍ଟ ବ୍ୟକ୍ତିମାନେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ବିଜେପିର କାର୍ଯ୍ୟକାରୀ ସଭାପତି ଜେ.ପି. ନଡ୍ଡା ପ୍ରମୁଖ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ ସେଠାରେ ବାଜପେୟୀଙ୍କ ପାଳିତା କନ୍ୟା ନମିତା କୌଲ ଭଟ୍ଟାଚାର୍ଯ୍ୟ, ନାତୁଣୀ ନିହାରିକା ପ୍ରମୁଖ ଉପସ୍ଥିତ ରହିଥିଲେ।

ସୂଚନାଯୋଗ୍ୟ, ୨୦୧୮ ଅଗଷ୍ଟ ୧୬ରେ ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପରଲୋକ ଘଟିଥିଲା। ସେ ପ୍ରଧାନମନ୍ତ୍ରୀ ହେବାରେ ବିଜେପିର ପ୍ରଥମ ନେତା ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories