www.samajalive.in
Saturday, December 13, 2025
27.1 C
Bhubaneswar

ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କ୍ରାନ୍ତି ଦିବସ ପାଳିତ

ଭୁବନେଶ୍ୱର : ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସୋମବାର ପବିତ୍ର କ୍ରାନ୍ତି ଦିବସ ଭୁବନେଶ୍ବର ସ୍ଥିତ କଂଗ୍ରେସ ଭବନଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ କଂଗ୍ରେସ ନେତୃବୃନ୍ଦ କଳ୍ପନା ଛକ ନିକଟସ୍ଥ ମ୍ୟୁଜିୟମ ସମ୍ମୁଖରେ ଥିବା ଶହୀଦ ସ୍ମୃତି ସ୍ତମ୍ଭରେ ମାଲ୍ୟାର୍ପଣ କରିଥିଲେ । ପରେ କଂଗ୍ରେସ ଭବନଠାରେ ମହାମନିଷିମାନଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଆଜିର ଏହି କାର୍ୟ୍ୟକ୍ରମରେ ବିଧାୟକ ସୁରେଶ କୁମାର ରାଉତରାୟ, ପୂର୍ବତନ ମନ୍ତ୍ରୀ ଡ. ଯୁଧିଷ୍ଠୀର ଜେନା, କଂଗ୍ରେସ ନେତା ସର୍ବଶ୍ରୀ ଶିବାନନ୍ଦ ରାୟ, ରଶ୍ମି ମହାପାତ୍ର, ମନୋରଞ୍ଜନ ଦାଶ, ଅମୀୟ ପଟ୍ଟନାୟକ, ଦେଓ ପ୍ରସାଦ, ଚିନ୍ମୟ ସୁନ୍ଦର ଦାସ, ସୁଶାନ୍ତ ତ୍ରିପାଠୀ, ପ୍ରକାଶ ମିଶ୍ର, ଶ୍ରେୟାସ୍ମିତା ପଣ୍ଡା, ଜ୍ୟୋତିଷ ସାହୁ, ମୋହନ ଜେନା, ସୁବ୍ରତ ମହାପାତ୍ର, ଖଗେଶ୍ୱର ମଲ୍ଲିକ, ଦୀପକ କୁମାର ମହାପାତ୍ର, ମିହିର ଆଚାର୍ୟ୍ୟ, ନୀଳମଣି ମିଶ୍ର, ସୌମେନ୍ଦ୍ର ମହାନ୍ତି, ଗିରିଜା ଶଙ୍କର ମହାପାତ୍ର ପ୍ରମୁଖ ବହୁ କଂଗ୍ରେସ ନେତୃବୃନ୍ଦ କାର୍ୟ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।

Hot this week

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

Related Articles

Popular Categories