www.samajalive.in
Wednesday, December 10, 2025
18.1 C
Bhubaneswar

ଜିଲ୍ଲାସ୍ତରୀୟ କୃଷି ମେଳା ଉଦଯାପିତ

ପାପଡାହାଣ୍ଡି : ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ତଣ୍ଡାଗୁଡା ଠାରେ ଚାଲିଥିବା କୃଷି ମେଳା ବୁଧବାର ଉଦଯାପିତ ହୋଇଯାଇଛି। ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ବ୍ଲକ ଉପାଧକ୍ଷ ସୁଶାନ୍ତ ବେହେରା, ସମ୍ମାନିତ ଅତିଥି ଭାବେ ସରପଞ୍ଚ ଚନ୍ଦ୍ର ଶେଖର ମାଝୀ ପ୍ରମୁଖ ଯୋଗ ଦେଇଥିଲେ। ଭୁବନେଶ୍ୱରରୁ ଆସିଥିବା ନୃତ୍ୟ ଦଳ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ଚା​ଷୀମାନଙ୍କୁ ସଚେତନ କରାଇଥିଲେ। ଉମରକୋଟରୁ ଆସିଥିବା ବୈଜ୍ଞାନିକ ମାନେ ଉପସ୍ଥିତ କୃଷକମାନଙ୍କୁ ରୋଗ ପୋକ ନିୟନ୍ତ୍ରଣ ଓ ଜୈବିକ ଚାଷ ବିଷୟରେ  ପୁଙ୍ଖାନୁପୁଙ୍ଖ ଭାବେ ବୁଝାଇଥିଲେ। ପାପଡାହାଣ୍ଡି ଜିଲ୍ଲା କୃଷି ଅଧିକାରୀଙ୍କ ତତ୍ତ୍ବାବଧାନରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। କୃଷି ଅଧିକାରୀ ତୀର୍ଥ ଚରଣ ନାୟକ ସଭା ପରିଚାଳନା କରିଥିଲେ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories