www.samajalive.in
Saturday, December 6, 2025
14.1 C
Bhubaneswar

କୃଷି ଓଡ଼ିଶା-୨୦୨୩ ଉଦ୍‌ଘାଟିତ; ନୂଆ ଟେକ୍ନୋଲୋଜି ବ୍ୟବହାର କରିବାକୁ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସ୍ଥାନୀୟ ବରମୁଣ୍ଡା ପଡ଼ିଆଠାରେ ରାଜ୍ୟସ୍ତରୀୟ ବାର୍ଷିକ କୃଷି ମହୋତ୍ସବ ‘କୃଷି ଓଡ଼ିଶା’ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ କୃଷକମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କୃଷି ଯାନ୍ତ୍ରିକୀକରଣ ଓ ଫସଲ ବିବିଧତା ଉପରେ ଗୁରୁତ୍ବାରୋପ କରି ଚାଷୀମାନଙ୍କୁ ନୂଆ ନୂଆ ଟେକ୍ନୋଲୋଜିର ବ୍ୟବହାର କରିବା ସହିତ ଅଧିକ ପରିମାଣରେ ଅଣଧାନ ଅର୍ଥକାରୀ ଫସଲ ଚାଷ କରିବା ପାଇଁ ପରାମର୍ଶ ଦେଇଛନ୍ତି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ବାରା ଆୟୋଜିତ କୃଷି ଓଡ଼ିଶା-୨୦୨୩ ଆଜିଠାରୁ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଟେକ୍ନୋଲୋଜି ହେଉଛି ବିକାଶର ଆଧାର। କୃଷି କ୍ଷେତ୍ରରେ ମଧ୍ୟ ଟେକ୍ନୋଲୋଜିର ବହୁତ ଆବଶ୍ୟକତା ରହିଛି। ଏ ବର୍ଷ ମେଳାରେ କୃଷି କ୍ଷେତ୍ରରେ ନୂଆ ଟେକ୍ନୋଲୋଜିର ବ୍ୟବହାର ଉପରେ ଗୁରୁତ୍ବ ଦିଆଯାଇଥିବାରୁ ସେ ଖୁସି ପ୍ରକାଶ କରିଥିଲେ। ଚାଷୀମାନେ ସମସ୍ତେ ନୂଆ ନୂଆ ଟେକ୍‌ନୋଲୋଜି ବିଷୟରେ ଜାଣିବେ, ବ୍ୟବହାର କରିବେ ଏବଂ କୃଷି କ୍ଷେତ୍ରରେ ସଫଳ ହୋଇ ନିଜର ଓ ନିଜ ରାଜ୍ୟର ଉନ୍ନତିରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

- Advertisement -

‘କୃଷି ଓଡ଼ିଶା’ରେ ଉପସ୍ଥିତ ଥିବା ଡବ୍ଲ୍ୟୁଏଫପି, ଆଇଏଫଏଡି ଏବଂ ଏଫଏଓ ପରି ସଂସ୍ଥାର ପ୍ରତିନିଧିମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କୃଷି କ୍ଷେତ୍ରରେ ସେମାନଙ୍କ ନିରନ୍ତର ସହଯୋଗ ପାଇଁ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଅବସରରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିଜର ଅଭିଭାଷଣ ରଖି କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ କୃଷି ବିଭାଗ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନେଇଛି। କୃଷକମାନଙ୍କ ଆୟବୃଦ୍ଧିରେ କୃଷି ଆନୁସଙ୍ଗିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ଦିଆଯାଇ ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡିଶା ମାଛ, ମାଂସ, ଅଣ୍ଡା ଓ ଦୁଗ୍ଧ ଉତ୍ପାଦନରେ ସ୍ବାବଲମ୍ବୀ ହୋଇପାରିବା ସହିତ ଚାଷୀମାନଙ୍କ ରୋଜଗାର ମଧ୍ୟ ବୃଦ୍ଧି କରାଯାଇପାରିଛି ବୋଲି ସେ କହିଥିଲେ।

ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । କୃଷି ଓ କୃଷକ ସଶକ୍ତିକରଣ ବିକାଶ ପ୍ରମୁଖ ସଚିବ ଡଃ ଅରବିନ୍ଦ ପାଢୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ପ୍ରେମଚନ୍ଦ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories