www.samajalive.in
Tuesday, December 9, 2025
26.1 C
Bhubaneswar

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ତିନି ଦିନିଆ କୃଷି ଓଡ଼ିଶା-୨୦୨୫ ଉଦ୍‌ଘାଟିତ ହୋଇଯାଇଛି। ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳପଡ଼ିଆରେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉଦ୍‌ଘାଟନୀ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ତେଣୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ରିଲିଫ୍‌ ପାଣ୍ଠିରୁ ଏଥିପାଇଁ ସହାୟତା ଦିଆଯିବ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଅଦିନିଆ ବର୍ଷାରେ ୩୩ ପ୍ରତିଶତରୁ ଅଧିକ ଫସଲ ନଷ୍ଟ ହୋଇଥିଲେ ସହାୟତା ଯୋଗାଇ ଦିଆଯିବ। ରିପୋର୍ଟ ଅନୁସାରେ, ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାର ୭ଶହ ୨୦ ଜଣ ଚାଷୀଙ୍କର ୨ ଲକ୍ଷ ୨୬ ହଜାର ୭୯୧ ହେକ୍ଟର ଜମିରେ ୩୩ ପ୍ରତିଶତରୁ ଅଧିକ ଫସଲ କ୍ଷତି ହୋଇଛି। ଏଥିପାଇଁ ୨୯୧ କୋଟି ୬୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ଵ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ, କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢୀ, ନିର୍ଦେଶକ କୃଷି ଓ ଖାଦ୍ୟ ଉତ୍ପାଦନ ପ୍ରେମଚାନ୍ଦ ଚୌଧୁରୀ, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଉନ୍ନୟନ ନିର୍ଦେଶକ ନିଖିଲ ପବନ କଲ୍ୟାଣ ପ୍ରମୁଖ ମଞ୍ଚରେ ଉପସ୍ଥିତ ଥିଲେ।

Hot this week

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

Related Articles

Popular Categories