www.samajalive.in
Wednesday, December 10, 2025
18.1 C
Bhubaneswar

ଜାନୁଆରୀ ୨୦ରୁ କୃଷି ଓଡିଶା

ଭୁବନେଶ୍ବର: ଜାନୁଆରୀ ୨୦ତାରିଖରୁ କୃଷି ଓଡ଼ିଶା-୨୦୨୦ ଅନୁଷ୍ଠିତ ହେବକୁ ଯାଉଛି। ଜାନୁଆରୀ ୨୦ରୁ ଭୁବନେଶ୍ୱରର ଜନତା ମଇଦାନରେ କୃଷି ଓଡ଼ିଶା-୨୦୨୦ ଆରମ୍ଭ ହୋଇ ୨୪ ପର୍ୟ୍ୟନ୍ତ ଚାଲିବ । ଏହି କାର୍ଯ୍ୟକ୍ରମକୁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ। ଏଥିପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହୋଇଥିଲା ସାମ୍ବାଦିକ ସମ୍ମିଳନୀ। ଏଥିରେ ମନ୍ତ୍ରୀ ଡକ୍ଟର ଅରୁଣ ସାହୁ ପାଞ୍ଚ ଦିନିଆ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ଫିକି ସହଯୋଗିତାରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ କୃଷି ଓଡ଼ିଶା ଆୟୋଜନ କରାଯାଉଛି। ଚଳିତ ବର୍ଷ କୃଷି ଓଡ଼ିଶାରେ ୨୨୮ଟି ଷ୍ଟଲ ରହିବ। ଏଥିରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ପ୍ରାୟ ୧୧୨ଟି କମ୍ପାନି ଭାଗ ନେବେ। ଏହି ଷ୍ଟଲଗୁଡ଼ିକରେ କୃଷି ଓ କୃଷକଙ୍କ ସଶକ୍ତିକରଣର ଚିତ୍ର ଦେଖିବାକୁ ମିଳିବ।

କୃଷିକ୍ଷେତ୍ର ଉପଯୋଗୀ ନୂତନ ଜ୍ଞାନ କୌଶଳ ଓ କୃଷି ପ୍ରଣାଳୀ ସହିତ ଓଡ଼ିଶାର ଚାଷୀମାନଙ୍କୁ ପରିଚିତ କରାଇବା ନିମନ୍ତେ ପ୍ରତିଦିନ ଆଲୋଚନାଚକ୍ର ଆୟୋଜନ କରାଯିବ। ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ଯାଏଁ ଏହି ଆଲୋଚନାଚକ୍ର ଅନୁଷ୍ଠିତ ହେବ। ଏଥିରେ ଜାତୀୟ ଓ ଅନ୍ତର୍ଜାତୀୟ ଅନୁଷ୍ଠାନର ନାମୀ କୃଷି ବିଜ୍ଞାନୀ, କୃଷି ବିଶେଷଜ୍ଞ, କୃଷି ଅଧିକାରୀ ଓ ରାଜ୍ୟ ସରକାରଙ୍କର ବରିଷ୍ଠ ଅଧିକାରୀମାନେ ଯୋଗଦେବେ।

- Advertisement -

ଚଳିତବର୍ଷ କୃଷି କ୍ଷେତ୍ରରେ ସମବାୟ ଓ ବାଣିଜ୍ୟିକ ବ୍ୟାଙ୍କ, ପଞ୍ଚାୟତ ଜନପ୍ରତିନିଧି ଓ ମହିଳାମାନଙ୍କ ଭୂମିକାକୁ ଗୁରୁତ୍ୱ ପ୍ରଦାନ କରାଯାଇ ୨୧ତାରିଖକୁ ସମବାୟ ଓ ବ୍ୟାଙ୍କିଙ୍ଗ୍ ଦିବସ, ୨୨ତାରିଖକୁ ଞ୍ଚାୟତିରାଜ ଜନପ୍ରତିନିଧି ଦିବସ, ୨୩ତାରିଖକୁ ମହିଳା ଦିବସ ଭାବେ ରଖାଯାଇଛି। ୨୨ତାରିଖରେ ରାଜ୍ୟର ବ୍ୟାଙ୍କ ଅଧିକାରୀମାନଙ୍କର ଏକ ସ୍ୱତନ୍ତ୍ର ଅଧିବେଶନର ଆୟୋଜନ କରାଯାଇଛି । ଏଥିରେ ପ୍ରାୟ ୫୦୦ ବ୍ୟାଙ୍କ ଅଧିକାରୀ ଯୋଗ ଦେବେ ବୋଲି ମନ୍ତ୍ରୀ ଡକ୍ଟର ଅରୁଣ ସାହୁ ସୂଚନା ଦେଇଛନ୍ତି।

Hot this week

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

Related Articles

Popular Categories