www.samajalive.in
Saturday, December 6, 2025
26.1 C
Bhubaneswar

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, କଟକ ଏସସିବିରେ ଭର୍ତ୍ତି

ପାରାଦୀପ: ପାରାଦୀପ  କୁଜଙ୍ଗ ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି।  କୋଠିଆସାହି ହମ୍ପ୍ସ ନିକଟରେ ଜଣେ ଯୁବକଙ୍କୁ ମରଣାନ୍ତକ ଭାବେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ବଳରାମପୁର ଗାଁର ଜଣେ ଯୁବକ ନିଜ ଗାଁକୁ ଫେରୁଥିବାବେଳେ ୧୦ରୁ ୧୫ ଜଣ ଦୁର୍ବୁତ୍ତ ତାଙ୍କୁ ଆକ୍ରମଣ କରିଥିଲେ। ପରେ କିଛି ସ୍ଥାନୀୟ ଲୋକ ତାଙ୍କୁ ଗୁରୁତର ଭାବେ ଉଦ୍ଧାର କରି ପ୍ରଥମେ କୁଜଙ୍ଗ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି କିଛି ଯୁବକଙ୍କୁ ଅଟକ ରଖି ଅଧିକ ଛାନଭିନ୍ ଜାରି ରଖିଛି। ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ଘଟଣା ଘଟିଥିବା ସନ୍ଦେହ କରାଯାଉଛି।

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories