www.samajalive.in
Monday, December 15, 2025
17.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ କୁମାରସ୍ବାମୀ

ଭୁବନେଶ୍ୱର: କେନ୍ଦ୍ର ଭାରି ଶିଳ୍ପ ତଥା ଇସ୍ପାତ ମନ୍ତ୍ରୀ ଶ୍ରୀ ଏଚ୍‌.ଡି କୁମାରସ୍ବାମୀ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଉରକେଲା ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ୍ ମଧ୍ୟ ଉପସ୍ଥିତ ଥିଲେ।
ଆଲୋଚନାରୁ ଜଣାଯାଇଥିଲା ଯେ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ଆଧୁନିକୀକରଣ ଓ ସମ୍ପ୍ରସାରଣ ପାଇଁ ଉଦ୍ୟମ ଜାରି ରହିଛି। ଆଧୁନିକୀକରଣ କାର୍ଯ୍ୟ ସୁରୁଖୁରୁରେ ଚାଲିଥିବା ବେଳେ, ସମ୍ପ୍ରସାରଣ ପାଇଁ ଜମି ଅଧିଗ୍ରହଣକୁ ସୁରୁଖୁରୁରେ କରିବା ପାଇଁ ବୈଠକରେ ଆଲୋଚନା କରାଯାଇଥିଲା।

ବୈଠକରେ ଏ ସମ୍ପର୍କରେ ସମାଧାନ ପାଇଁ ବିସ୍ତୃତ ଆଲୋଚନା ହୋଇଥିଲା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ସମ୍ପ୍ରସାରଣ ଅତ୍ୟନ୍ତ ଆବଶ୍ୟକ। ଏହାଦ୍ବାରା ରାଜ୍ୟର ଆର୍ଥିକ ବିକାଶ ହେବା ସହିତ ନିଯୁକ୍ତି ସୁଯୋଗ ସୃଷ୍ଟିହେବ। ତେବେ, ସ୍ଥାନୀୟ ଲୋକଙ୍କ ସମସ୍ୟାର ସମାଧାନ କରାଯାଇ ସହମତି ଭିତ୍ତିରେ ଜମି ଅଧିଗ୍ରହଣ କରାଯିବ ବୋଲି ସେ କହିଥିଲେ। ବୈଠକର ନିଷ୍ପତ୍ତି ଅନୁଯାୟୀ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପଦବୀର ଜଣେ ଉଚ୍ଚ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇ ଲୋକଙ୍କ ସହିତ ଆଲୋଚନା ଜରିଆରେ ସବୁ ସମସ୍ୟାର ସମାଧାନ କରାଯିବ।

- Advertisement -

ଷ୍ଟିଲ୍ ପ୍ଲାଣ୍ଟର ସମ୍ପ୍ରସାରଣ ପାଇଁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ୍‌ଙ୍କ ସହଯୋଗ ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ କୁମାରସ୍ବାମୀ ଉଭୟଙ୍କୁ ଧନ୍ୟବାଦ ଦେଇଥିଲେ।
ବୈଠକରେ ରାଉରକେଲାରେ ଏୟାରପୋର୍ଟ ସ୍ଥାପନ ପାଇଁ ଜମି ଯୋଗାଣ ଏବଂ ଅନ୍ୟାନ୍ୟ ବିଷୟ ଉପରେ ମଧ୍ୟ ଆଲୋଚନା ହୋଇଥିଲା। ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂହ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, କେନ୍ଦ୍ର ଇସ୍ପାତ ସଚିବ ଶ୍ରୀ ସନ୍ଦୀପ୍ ପୋଣ୍ଡରିକ୍, ସେଲ୍‌ର ଚେୟାରମ୍ୟାନ ଶ୍ରୀ ଅମରେନ୍ଦୁ ପ୍ରକାଶ ଏବଂ ସେଲର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories