www.samajalive.in
Sunday, December 7, 2025
14.1 C
Bhubaneswar

ଲାଞ୍ଚ ନେଉଥିଲେ ଅମିନ, ଧରିଲା ଭିଜିଲାନ୍ସ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ଅମିନ। ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ସୁନ୍ଦରଗଡ଼ ଜିଲା କୁତ୍ରା ତହସିଲ କାର୍ଯ୍ୟାଳୟର ଅମିନ ଶିଶିର କୁମାର ନାଏକ। ଜଣେ ହିତାଧିକାରୀଙ୍କଠାରୁ ଲାଞ୍ଚ ନେବା ସମୟରେ ବୁଧବାର ଭିଜିଲାନ୍ସ ଶିଶିରଙ୍କୁ ଧରିବାସହ ତାଙ୍କଠାରୁ ଲାଞ୍ଚ ଟଙ୍କା ମଧ୍ୟ ଜବତ କରିଛି।

ସୂଚନା ମୁତାବକ, ଜମି ପଟ୍ଟାର ନକ୍ସା ତିଆରି ପାଇଁ କୁତ୍ରା ତହସିଲ କାର୍ଯ୍ୟାଳୟର ଅମିନ ଶିଶିର କୁମାର ନାଏକ ଜଣେ ହିତାଧିକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଲାଞ୍ଚ ଟଙ୍କା ନେବା ସମୟରେ ପୂର୍ବ ଯୋଜନା ମୁତାବକ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲା। ରାଉରକେଲା ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଥିଲା। ଏହାପରେ ଶିଶିର କୁମାରଙ୍କ ବାସଭବନ ଓ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ଟିମ୍।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories