www.samajalive.in
Monday, December 15, 2025
16.1 C
Bhubaneswar

କେନ୍ଦ୍ରୀୟ ବିଦ୍ୟାଳୟରେ ରୁଟ୍‌‌ ଟୁ ରୁଟ୍‌‌ କାର୍ଯ୍ୟକ୍ରମ

ବୌଦ୍ଧ: କେନ୍ଦ୍ରୀୟ ବିଦ୍ୟାଳୟ ବୌଦ୍ଧ ପରିସରରେ ରୁଟ୍‌ ଟୁ ରୁଟ୍‌‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସାଂସ୍କୃତିକ ବିନିମୟ ସହନଶୀଳତା ଓ ଶାନ୍ତି ସ୍ଥାପନରେ ସହାୟକ, ଏହି କାର୍ଯ୍ୟକ୍ରମ ଆୟୋଜନର ଆଭିମୁଖ୍ୟ। ଏହି କାର୍ଯ୍ୟକ୍ରମରେ କଥକ ନୃତ୍ୟଶିଳ୍ପୀ ଅଖିଲେଶ ପଟେଲ କଥକ ନୃତ୍ୟ ପରିବେଷଣ କରିଥିଲେ ଏବଂ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଂଗୀତ ବିଶାରଦ ବିକାଶ କୁମାର ଶାସ୍ତ୍ରୀୟ ସଂଗୀତ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପ୍ରାୟ ଆଠାଶହ ଛାତ୍ରଛାତ୍ରୀ ଉପଭୋଗ କରିଥିଲେ। ଏହି କାର୍ଯ୍ୟକ୍ରମ ଦ୍ବାରା ଆମ ଭାରତର ସଂସ୍କୃତି ବିଷୟରେ ଜ୍ଞାନ ବର୍ଦ୍ଧନ ହେବା ସହିତ ଛାତ୍ରଛାତ୍ରୀଙ୍କର ସର୍ବାଙ୍ଗୀନ ବିକାଶରେ ସହାୟକ ହେବ ବୋଲି ବିଦ୍ୟାଳୟର ପ୍ରାଚାର୍ଯ୍ୟ ରାଜଲକ୍ଷ୍ମୀ ବିଶ୍ବାଳ ମତବ୍ୟକ୍ତ କରିଛନ୍ତି।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories