www.samajalive.in
Monday, December 15, 2025
17.1 C
Bhubaneswar

ଦାଦନ ଖଟିବାକୁ ଯାଉଥିଲେ, ଟ୍ରେନରୁ ଖସିପଡିଲେ

ଗଞ୍ଜାମ: ପେଟପାଇଁ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଚାଲିଯାଇଛି ଓଡିଆ ପୁଅର ଜୀବନ। ଏମିତି କିଛି ଦୁଃଖଦ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକରେ । ସୁନାରିପଲ୍ଲି ଗାଁର ଜଣେ ଯୁବକ କାମ ନପାଇ ଦାଦନ ଖଟିବାକୁ ଚେନ୍ନାଇ ଯାଉଥିଲେ। ହେଲେ ଟ୍ରେନ୍‌ରେ ଯିବା ସମୟରେ କୌଣସି କାରଣ ବଶତଃ ସେ ବିଜୟୱାଡ଼ା ନିକଟରେ ଟ୍ରେନରୁ ଖସିପଡିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ମୃତକ ସୁନାରିପଲ୍ଲି ଗାଁର ଜିତୁ ପ୍ରଧାନ ବୋଲି ଜଣାପଡିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସେପଟେ ଜିତୁଙ୍କ ମୃତ୍ୟୁ କୁ ନେଇ ସମଗ୍ର ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories