www.samajalive.in
Monday, December 15, 2025
26.1 C
Bhubaneswar

ଗ୍ରାଫାଇଟ୍ କାରଖାନା ଭାଟିରେ ପୋଡି଼ହୋଇ ଶ୍ରମିକ ଗୁରୁତର

ଲକ୍ଷ୍ମୀପୁର: ଲକ୍ଷ୍ମୀପୁରରେ ଥିବା ଏକ ଗ୍ରାଫାଇଟ କାରଖାନା ଭାଟିରେ ପୋଡି଼ ହୋଇ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ବିଶେକ ଖରା ଓ  ଘର ସ୍ଥାନୀୟ ବୁର୍ଜା ଗ୍ରାମରେ। ସେ ଉକ୍ତ କାରଖାନାରେ ଶ୍ରମିକ ଭାବେ କାମ କରୁଥିଲେ।

ଶନିବାର କାମ କରିବା ସମୟରେ ଭାଟିରେ ଲାଗି ତାଙ୍କ ହାତ ଗୋଡ଼ ଓ ମୁଁହ ଆଦି ପୋଡ଼ିଯାଇଛି। ଘଟଣା ପରେ ତାଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଥିଲା। ତେବେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କୋରାପୁଟ ଜିଲା ସଦର ମହକୁମାସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ଉକ୍ତ କାରଖାନାରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କ ସୁରକ୍ଷା ପ୍ରତି ଗୁରୁତ୍ବ ଦିଆଯାଉ ନ ଥିବା କାରଣରୁ ଏଭଳି ହୋଇଥିବା କୁହାଯାଉଛି। ଏପରି କି ଶିଳ୍ପ ବିଭାଗ ଏଥିପ୍ରତି ଅଣଦେଖା କରୁଥିବା ଅଭିଯୋଗ ହେଉଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories