www.samajalive.in
Monday, December 15, 2025
15.1 C
Bhubaneswar

ମିକ୍ସଚର ମେସିନରେ ହାତ କଟି ଶ୍ରମିକ ଗୁରୁତର

କଲମପୁର : କଲମପୁର ଥାନା ଅନ୍ତର୍ଗତ ଚୁରାଗାଁରେ ଘଟିଛି ଏକ ଅଘଟଣ। କେନାଲ କାର୍ଯ୍ୟରେ ନିୟୋଜିତ ଜଣେ ଶ୍ରମିକଙ୍କ ହାତ ମିକ୍ସଚର ମେସିନରେ କଟିଯିବା ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି।

ସୂଚନା ଅନୁସାରେ, ଚୁରାଗାଁର ତପନ ରାଉତ ନାମକ ଯୁବ ଶ୍ରମିକ ଗାଁରେ ମନରେଗା ଯୋଜନାରେ ଚାଲିଥିବା କେନାଲ ମରାମତି କାର୍ଯ୍ୟରେ ନିୟୋଜିତ ଥିଲେ। ରବିବାର ସିମେଣ୍ଟ କଂକ୍ରିଟ କାମ ଚାଲିଥିଲା । ହଠାତ୍ କୌଣସି କାରଣରୁ ତପନ ମେସିନ ନିକଟରେ ଥିବାବେଳେ ଅସାବଧାନତା ଯୋଗୁଁ ମେସିନ ଭିତରେ ତାଙ୍କ ହାତ‌ ପଶିଯାଇଥିଲା। କେହି କିଛି ଜାଣିବା ପୂର୍ବରୁ ମେସିନର ବ୍ଲେଡ ଲାଗି ତପନଙ୍କ ହାତ କଟି ଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ଗୁରୁତର ଥିବା ଯୋଗୁଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ପାଇଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଥିଲା। ପରିବାର ଲୋକେ ତୁରନ୍ତ ଅନ୍ୟତ୍ର ସ୍ଥାନାନ୍ତର କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories