www.samajalive.in
Sunday, December 14, 2025
23.1 C
Bhubaneswar

ଘଣ୍ଟାପଡ଼ା ଜୁନିଅର କଲେଜରେ ମହିଳା ଆତ୍ମରକ୍ଷା ତାଲିମ ଶିବିର ଉଦଘାଟିତ

ଘଣ୍ଟାପଡ଼ା: କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ା ଟିକେଏସଏମଆରଜି ଜୁନିଅର କଲେଜରେ ମହିଳା ଆତ୍ମରକ୍ଷା ତାଲିମ ଶିବିର ଉଦଘାଟିତ ହୋଇଯାଇଛି l ପ୍ରୋଗ୍ରାମ ଅଫିସର ତଥା ଖେଳ ଶିକ୍ଷକ ରାଜକିଶୋର ଭୋଇଙ୍କ ତତ୍ତ୍ଵାବଧାନରେ କଲେଜ ଅଧ୍ୟକ୍ଷ ପରମାନନ୍ଦ ଡାଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ । ସମାଜସେବୀ ପ୍ରଭାତ କୁମାର ସାହୁ ମୁଖ୍ୟବକ୍ତା ଭାବେ ଯୋଗଦେଇ ମହିଳାଙ୍କ ପାଇଁ ଆତ୍ମକୋଶଳ ଶରୀରର ସୁରକ୍ଷା କବଚ ଭାବେ କାର୍ଯ୍ୟ କରିଥାଏ ବୋଲି କହିଥିଲେ ।

ଅନ୍ୟତମ ଅତିଥି ଭାବେ ଅଧ୍ୟାପକ ଝସକେତନ ଡାଙ୍ଗ, ସତ୍ୟନାରାୟଣ ପଣ୍ଡା, ପରେଶ ସାହୁ, ନୀଳକଣ୍ଠ ସା, ଅଧ୍ୟାପିକା ସସ୍ମିତା ଖ୍ବାସ, ମାଷ୍ଟର ଟ୍ରେନର ପଦ୍ମିନୀ ଜାନି ଯୋଗ ଦେଇ ବର୍ତ୍ତମାନ  ସମୟରେ ମହିଳା ନିଜ ନିଜର ସୁରକ୍ଷା ପାଇଁ ବିଭିନ୍ନ ଶାରୀରିକ କୌଶଳତାର ଆବଶ୍ୟକତା ରହିଛି ବୋଲି ମନ୍ତବ୍ୟ ରଖିଥିଲେ । ଶିବିରରେ ଯୁକ୍ତଦୁଇ ପ୍ରଥମ ବର୍ଷର ସମସ୍ତ ଛାତ୍ରୀ ଉପସ୍ଥିତ ଥିଲେ l ସମସ୍ତ ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀ ସହଯୋଗ କରିଥିଲେ ।

- Advertisement -

 

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories