www.samajalive.in
Tuesday, December 9, 2025
17.1 C
Bhubaneswar

ଲଡୁଗାଁ କଲେଜରେ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କର୍ମଶାଳା ଉଦଯାପିତ

ଲଡୁଗାଁ : କୋକସରା ବ୍ଲକ ଲଡୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କର୍ମଶାଳା ଉଦଯାପିତ ହୋଇଯାଇଛି । ଅଧ୍ୟାପିକା କଲ୍ୟାଣୀ ମହାନ୍ତି ଙ୍କ ପରିଚାଳନାରେ ଆୟୋଜିତ ଏହି ଆଠ ଦିନାତ୍ମକ ପ୍ରଶିକ୍ଷଣ କର୍ମଶାଳାରେ ପ୍ରିୟଦର୍ଶିନୀ ବେହେରା ଛାତ୍ରୀ ମାନଙ୍କୁ ଆତ୍ମ ସୁରକ୍ଷା ର ବିଭିନ୍ନ କଳା ଓ କୌଶଳ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। କଲେଜ ଅଧ୍ୟକ୍ଷ ଡ଼ ନିହାରକାନ୍ତ ପଣ୍ଡାଙ୍କ ସଭାପତିତ୍ବ ରେ ଆୟୋଜିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସମାଜସେବୀ ପ୍ରଫୁଲ୍ଲ ଚରଣ ମାଝୀ ଯୋଗଦେଇ ଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ ।
ଅଧ୍ୟାପକ ସଞ୍ଜୟ କୁମାର ପୁରୋହିତ ଉଦଯାପନୀ ଉତ୍ସବର ସଂଚାଳକ ଭାବେ ଦାୟିତ୍ଵ ତୁଲାଇଥିବା ବେଳେ ଅଧ୍ୟାପିକା ଗୀତାଞ୍ଜଳି ରାଉତ, ଅଙ୍କିତା ଖୁରା, ବିରେନ୍ଦ୍ର ନାରାୟଣ ଦାସ, ଭାରତ ଭୁଷଣ ଠାକୁର, ପ୍ରଶାନ୍ତ ଯୋଷୀ, ତୁଳସୀ ବାଗ, ଭାନୁମତୀ ମାଝୀ, ବିଭୂଞ୍ଜନ ସାହୁ ପ୍ରମୁଖ କାର୍ଯ୍ୟକ୍ରମ ରେ ସହଯୋଗ କରିଥିବା ବେଳେ   ଅଧ୍ୟାପକ ପ୍ରେମାନନ୍ଦ ସାହା ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories