www.samajalive.in
Sunday, December 14, 2025
26.1 C
Bhubaneswar

କୀଟନାଶକ ପିଇ ଚିକିତ୍ସିତ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ

ଗୋପାଳପୁର : ଗୋପାଳପୁର ଥାନା ଅନ୍ତର୍ଗତ ବଡ଼ କୁଶସ୍ଥଳୀ ଗ୍ରାମର ଜଣେ ମହିଳାଙ୍କ କୀଟନାଶକ ପିଇ ଚିକିତ୍ସିତ ଅବସ୍ଥାରେ ମେଡିକାଲରେ ମୃତ୍ୟୁ ହୋଇଥିବା ନେଇ ଥାନାରେ ଲିଖିତ ଅଭିଯୋଗ ହୋଇଛି । ମୃତ ମହିଳା ଜଣକ ହେଲେ ଅନିତା ବିଷୋୟୀ। ବୁଧବାର ମଧ୍ୟାହ୍ନରେ କୌଣସି କାରଣକୁ ନେଇ ଅନିତା କୀଟନାଶକ ପିଇ ଦେଇଥିଲେ । କୀଟନାଶକ ପିଇବା ପରେ ତାଙ୍କ ଝିଅକୁ ଫୋନ ଯୋଗେ ଜଣାଇଥିଲେ । ଝିଅ ତୁରନ୍ତ ବାପା ବାବୁଲା ବିଷୋୟୀଙ୍କୁ ଘଟଣା ନେଇ ଜଣାଇଥିଲେ ।

ବାବୁଲା ଘରେ ପହଞ୍ଚି ଦେଖିଲାବେଳକୁ ସ୍ତ୍ରୀ ଗୁରୁତର ଥିବା ଦେଖି ତୁରନ୍ତ ତାଙ୍କୁ ବ୍ରହ୍ମପୁର ମେଡ଼ିକାଲକୁ ଚିକିତ୍ସା ନିମନ୍ତେ ନେଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ । ଏ ନେଇ ଆଜି ସ୍ୱାମୀ ବାବୁଲା ଗୋପାଳପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପ୍ରକାରେ ପୁଲିସ କେସ ନମ୍ବର ୨/୨୪ ରେ ଏକ ଅପମୃତ ମାମଲା ରୁଜୁ କରି ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ବିବେକାନନ୍ଦ ସ୍ୱାଇଁ ସୂଚନା ଦେଇଛନ୍ତି ।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories