ଲଖନପୁର ନୌକା ଦୁର୍ଘଟଣା: ମୃତକଙ୍କ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

  • ଲଖନପୁର ନୌକା ଦୁର୍ଘଟଣାରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
  • ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା
  • ନୌକାରେ ୫୦ ଯାତ୍ରୀ ଥିଲେ, ସମସ୍ତେ ଛତିଶଗଡ ଅଞ୍ଚଳର
  • ଜାରି ରହିଛି ଉଦ୍ଧାର କାର୍ଯ୍ୟ, ତ୍ୱରାନ୍ୱିତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
  • ମୁଖମନ୍ତ୍ରୀଙ୍କ ନିର୍ଦେଶରେ ୫ ସ୍କୁବା ଡ୍ରାଇଭର ଓ ୨ କ୍ୟାମେରା ବିମାନ ଯୋଗେ ପଠାଯାଉଛି

ଭୁବନେଶ୍ବର:  ଝାରସୁଗୁଡା ଜିଲା ଲଖନପୁରର ଶରଧାରେ ମହାନଦୀରେ ଏକ ନୌକା ଦୁର୍ଘଟଣରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାସହିତ ଉଦ୍ଧାର କରାଯାଇଥିବା ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଘଟଣା ସ୍ଥଳରେ ଆରଡିସି, ଝାରସୁଗୁଡା ଜିଲାପାଳ ଓ ଏସପି ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି।
ଉଦ୍ଧାର କାର୍ଯ୍ୟରେ ସମନ୍ୱୟ ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ଓ ଏସଆରସିଙ୍କୁ ନିର୍ଦେଶ ଦେଇଛନ୍ତି। ନିଖୋଜମାନଙ୍କୁ ଉଦ୍ଧାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ୫ଜଣ ସ୍କୁବା ଡାଇଭର ଓ ୨ଟି ସର୍ଚ୍ଚ କ୍ୟାମେରା ବିମାନ ଯୋଗେ ଝାରସୁଗୁଡା ପଠାଯାଇଛି।

ସୂଚନାଯୋଗ୍ୟ ଯେ ନୌକା ରେ ଥିବା ସମସ୍ତ ଯାତ୍ରୀ ଛତିଶଗଡ ଖରସେନି ଅଞ୍ଚଳର ଏବଂ ବୁଲିବା ପାଇଁ ଅମ୍ବାଭୋନା ବ୍ଲକର ପଥର ସେନିକୁ ଯାଉଥିଲେ।

Comments are closed.