ଡାକ୍ତରଖାନାରୁ ଡିସ୍‌ଚାର୍ଜ ହେଲେ ଆଡ଼ଭାନୀ

ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଦିଲ୍ଲୀ ଏମ୍ସରୁ ଡିସଚାର୍ଜ ହୋଇଛନ୍ତି। ହସ୍ପିଟାଲରୁ ଡିସଚାର୍ଜ ହୋଇ ସେ ତାଙ୍କ ସରକାରୀ ବାସଭବନରେ ପହଞ୍ଚିଛନ୍ତି। ଡାକ୍ତର ତାଙ୍କୁ ନିୟମିତ ସ୍ଵାସ୍ଥ୍ୟ ପରୀକ୍ଷା କରିବାକୁ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟଳ ବୁଧବାର ତାଙ୍କ ସ୍ଵାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା। ୯୬ ବର୍ଷୀୟ ଆଡଭାନୀଙ୍କୁ ଗତକାଲି ବିଳମ୍ବିତ ରାତିରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ଏମ୍ସର ଜେରିଆଟ୍ରିକ୍ ବିଭାଗର ଡାକ୍ତରଙ୍କ ତତ୍ତ୍ୱାବଧାନରେ ରଖାଯାଇଥିଲା।

 

Comments are closed.