www.samajalive.in
Saturday, December 6, 2025
16.1 C
Bhubaneswar

ଲାଲୁଙ୍କ ଅବସ୍ଥା ଗୁରୁତର; ଏୟାର ଆମ୍ବୁଲାନ୍ସ ଯୋଗେ ଦିଲ୍ଲୀ ନେବାକୁ ପ୍ରସ୍ତୁତି

ପାଟନା: ପାଟନାର ପାରସ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଏୟାର ଆମ୍ବୁଲାନ୍ସ ସାହାଯ୍ୟରେ ତାଙ୍କୁ ଦିଲ୍ଲୀ ଆଣିବାକୁ ପ୍ରସ୍ତୁତି ଚାଲିଛି। ଇତି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଲୁ ଯାଦବଙ୍କ ପୁଅ ତେଜସ୍ୱୀ ଯାଦବଙ୍କ ସହ ଫୋନରେ କଥା ହୋଇ ଲାଲୁଙ୍କ ସ୍ୱାସ୍ଥ୍ୟ ବିଷୟରେ ପଚାରି ବୁଝିଛନ୍ତି।

ସୂଚନାଯୋଗ୍ୟ, ଲାଲୁ ପ୍ରସାଦ ଯାଦବ ରବିବାର ପାଟନାର ରାବ୍‌ଡ଼ି ଦେବୀଙ୍କ ସରକାରୀ ବାସଭବନରେ ପଡ଼ିଯାଇଥିଲେ। ଫଳରେ ତାଙ୍କ କାନ୍ଧ ହାଡ଼ ଭାଙ୍ଗି ଯାଇଥିଲା। ଶରୀରର ଅନ୍ୟ ଅଙ୍ଗରେ ମଧ୍ୟ ଗୁରୁତର ଆଘାତ ଲାଗିଥିଲା। ସେ ପୂର୍ବରୁ ଅନେକ ରୋଗରେ ପୀଡିତ ଥିଲେ। ସୋମବାର ସକାଳେ ତାଙ୍କ ଅବସ୍ଥା ବିଗିଡ଼ିବାରୁ ତାଙ୍କୁ ପାଟନା ସ୍ଥିତ ଥିବା ପାରସ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା।

- Advertisement -

ଯାଦବଙ୍କ ପରିବାର ସୂତ୍ରରୁ ପ୍ରକାଶ ଯେ, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଫୁସଫୁସରେ ପାଣି ଜମି ଯାଇଛି। ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଏୟାର ଆମ୍ବୁଲାନ୍ସ ଯୋଗେ ଦିଲ୍ଲୀ ନେବାକୁ ପ୍ରସ୍ତୁତି ଚାଲିଛି। ଉତ୍ତମ ଚିକିତ୍ସା ପାଇଁ ଆଜି ଅପରାହ୍ନରେ ଏୟାର ଆମ୍ବୁଲାନ୍ସ ଯୋଗେ ଆରଜେଡି ମୁଖ୍ୟଙ୍କୁ ଦିଲ୍ଲୀ ଏମ୍ସକୁ ନିଆଯିବ। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା କୁହାଯାଉଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories