www.samajalive.in
Friday, December 5, 2025
16.1 C
Bhubaneswar

ବିହାର ନିର୍ବାଚନ ପୂର୍ବରୁ ଲାଲୁଙ୍କୁ ଶକ୍ତ ଝଟ୍‍କା: ଚାର୍ଜଫ୍ରେମ୍‍ ନେଇ କୋର୍ଟଙ୍କ ରାୟ

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ରାଷ୍ଟ୍ରୀୟ ଜନତା ଦଳ ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଶକ୍ତ ଝଟ୍‍କା ଲାଗିଛି । ଲାଲୁଙ୍କ ସ୍ତ୍ରୀ ରାବ୍ରୀ ଦେବୀ ଓ ପୁଅ ତେଜସ୍ୱୀ ଯାଦବଙ୍କ ପାଇଁ ଅଡୁଆ ବଢିଛି । ଦିଲ୍ଲୀର ରାଉଜ୍‍ ଆଭେନ୍ୟୁ କୋର୍ଟ ଆଇଆରସିଟିସି ଦୁର୍ନୀତି ଏବଂ ଚାକିରି ପାଇଁ ଜମି ମାମଲାରେ ଲାଲୁ ପ୍ରସାଦ, ରାବ୍ରୀ ଦେବୀ ଓ ତେଜସ୍ୱୀ ଯାଦବଙ୍କ ବିରୋଧରେ ଚାର୍ଜଫ୍ରେମ୍‍ କରିବା ନେଇ ରାୟ ପ୍ରକାଶ କରିଛନ୍ତି କୋର୍ଟ । ଆଜି କୋର୍ଟ ତିନି ଜଣଙ୍କ ଉପସ୍ଥିତିରେ ଏଭଳି ରାୟ ପ୍ରକାଶ କରିବା ସହ ଧାରା ୪୨୦ ଏବଂ ଅପରାଧିକ ଷଡଯନ୍ତ୍ର ଅନୁଯାୟୀ ବିଚାର କରାଯିବ ।

ରାଉଜ୍‍ ଆଭେନ୍ୟୁ କୋର୍ଟର ସ୍ୱତନ୍ତ୍ର ସିବିଆଇ କୋର୍ଟ ରାୟ ପ୍ରକାଶ କରି କହିଛନ୍ତି ଯେ ଲାଲୁ ଯାଦବ ଟେଣ୍ଟର ପ୍ରକ୍ରିୟାରେ ହସ୍ତକ୍ଷେପ କରିଛନ୍ତି ଏବଂ ଏଥିରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି । ଲାଲୁଙ୍କୁ ଅଭିଯୋଗ ବିଷୟରେ ଅବଗତ କରାଇ କୋର୍ଟ କହିଛନ୍ତି ଯେ ସେ ତାଙ୍କ ପତ୍ନୀ ରାବ୍ରୀ ଦେବୀ ଏବଂ ପୁଅ ତେଜସ୍ୱୀ ଯାଦବଙ୍କୁ ଜମି ଅଧିକାର ପ୍ରଦାନ କରିବା ପାଇଁ ତାଙ୍କ ସରକାରୀ ପଦବୀର ଅପବ୍ୟବହାର କରିଛନ୍ତି । ରାବ୍ରୀ ଦେବୀ ଓ ତେଜସ୍ୱୀ ଯାଦବ ଷଡଯନ୍ତ୍ରରେ ସମାନ ଭାବରେ ସାମିଲ ଥିଲେ । କୋର୍ଟ ଏହା ପରେ ଲାଲୁ ଯାଦବଙ୍କୁ ପଚାରିଥିଲେ ଯେ ସେ ଅଭିଯୋଗ ସମ୍ପର୍କରେ କଣ କହିବେ, ଏହା ସତ୍ୟ କି?, ଉତ୍ତର ଦେଇ ଲାଲୁ କହିଛନ୍ତି ‘ମୁଁ ଦୋଷୀ ନୁହେଁଟ୍ଟ ମୁଁ କିଛି କରିନାହିଁ । ଏହାସହିତ ରାବ୍ରୀ ଦେବୀ ଓ ତେଜସ୍ୱୀ ଯାଦବଙ୍କୁ ମଧ୍ୟ ସମାନ ପ୍ରଶ୍ନ ପଚରାଯାଇଥିଲା । ସେମାନଙ୍କର ଉତ୍ତର ସମାନ ଥିଲା, ଆମେ ଦୋଷୀ ନୁହେଁ ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories