www.samajalive.in
Saturday, December 6, 2025
26.1 C
Bhubaneswar

‘ଦାନା’ ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ

ସମାଜ ଡିଜିଟାଲ ଡେସ୍କ: ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଛି। ଶୁକ୍ରବାର ମଧ୍ୟରାତ୍ରି ପ୍ରାୟ ୧୨ଟା ୫ ମିନିଟରେ ବାତ୍ୟା ସ୍ଥଳଭାଗ ଛୁଇଁଥିଲା। ଭିତରକନିକା ଏବଂ ଧାମରା ମଧ୍ୟବର୍ତ୍ତୀ ଅଞ୍ଚଳରେ ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ପବନର ବେଗ ବୃଦ୍ଧି ପାଇଥିଲା। ଶନିବାର ଭୋର ସୁଦ୍ଧା ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହେବ ବୋଲି ଆକଳନ ହୋଇଥିଲା। କିନ୍ତୁ ୨ଟି ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ଏରିଆ ସୃଷ୍ଟି ହେବାରୁ ଏଥିରେ ବିଳମ୍ବ ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହେବାକୁ ସାଧାରଣତଃ ୬ରୁ ୮ ଘଣ୍ଟା ସମୟ ଲାଗିଥାଏ। କିନ୍ତୁ ‘ଦାନା’ କ୍ଷେତ୍ରରେ ସାମାନ୍ୟ ବିଳମ୍ବ ହେଲା। ଲ୍ୟାଣ୍ଡଫଲ ଶେଷ ହେବା ପରେ ଭୀଷଣ ବାତ୍ୟା ଦୁର୍ବଳ ହୋଇ ବାତ୍ୟା ରୂପ ନେଇଛି। ପରେ ଏହା ସ୍ଥଳଭାଗରେ ଆଗାମୀ ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତ ରୂପ ନେଇ ଆହୁରି ଦୁର୍ବଳ ହେବ।

- Advertisement -

ବର୍ତ୍ତମାନ ସମୟରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପବନର ବେଗ ୮୦ କିମିରୁ ୯୦ କିମି ମଧ୍ୟରେ ରହିଛି। ସ୍ଥଳବିଶେଷରେ ଘଣ୍ଟାପ୍ରତି ୧୦୦ କିମି ବେଗରେ ପବନ ବହୁଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories