www.samajalive.in
Sunday, December 7, 2025
15.1 C
Bhubaneswar

ନାଗାଲାଣ୍ଡରେ ପ୍ରବଳ ବର୍ଷା ଓ ଭୂସ୍ଖଳନରେ ବ୍ୟାପକ କ୍ଷୟକ୍ଷତି: ଜଣେ ମୃତ, ଅନେକ ନିଖୋଜ

କୋହିମା: ନାଗାଲାଣ୍ଡର ଚୁମୌକେଦିମା ଜିଲାରେ ପ୍ରବଳ ବର୍ଷା ଓ ଭୂସ୍ଖଳନରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ଘର ଏବଂ ଜାତୀୟ ରାଜପଥ-୨୯ର ଏକ ବଡ଼ ଅଂଶ କ୍ଷତିଗ୍ରସ୍ତ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଲୋକ ନିଖୋଜ ଥିବା କୁହାଯାଉଛି। ମଙ୍ଗଳବାର ରାତିରେ ଏହି ଅଘଟଣ ଘଟିଥିବା ଅଧିକାରୀମାନେ ବୁଧବାର ସୂଚନା ଦେଇଛନ୍ତି। ଜିଲାର ଫେରିମାରେ ପ୍ରବଳ ବର୍ଷା ହେତୁ ହଠାତ୍ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇ ରାସ୍ତା କଡ଼ରେ ଥିବା ଅନେକ ଘର କ୍ଷତିଗ୍ରସ୍ତ ହୋଇଛି। ଚୁମୌକେଦିମା ଜିଲା ପ୍ରଶାସନ ସ୍ଥିତିର ସମୀକ୍ଷା କରୁଛନ୍ତି। ଉଦ୍ଧାରକାର୍ଯ୍ୟ ଜାରି ରହିଛି। ରାଜ୍ୟ ସରକାର ତ୍ଵରିତ ପଦକ୍ଷେପ ଗ୍ରହଣ କରିବା ଏବଂ ଯଥାଶୀଘ୍ର ସ୍ୱାଭାବିକ ସ୍ଥିତି ଫେରାଇ ଆଣିବା ପାଇଁ ଭାରତ ସରକାରଙ୍କ ସହ ଯୋଗାଯୋଗରେ ଅଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories