www.samajalive.in
Wednesday, December 10, 2025
23.1 C
Bhubaneswar

ପୋଖରିବନ୍ଧ ପଞ୍ଚାୟତରେ ଆମ ଓଡ଼ିଶା-ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ

ଲାଞ୍ଜିଗଡ: ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସଫଳ ରୂପାୟନ ଓ ଏହାର ପ୍ରଚାର, ପ୍ରସାର ପାଇଁ ଆରମ୍ଭ ହୋଇଛି ପଂଚାୟତସ୍ତରୀୟ ଆମ ଓଡିଶା-ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ। କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ପୋଖାରିବନ୍ଧ ପଞ୍ଚାୟତ ମୁଖ୍ୟାଳୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ନେଇ ପଞ୍ଚାୟତ ଅଞ୍ଚଳବାସୀ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଥିଲା। ଏହି ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶିବାଜୀ ମାଝୀ ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ସହକାରୀ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ, ବିଶିଷ୍ଠ  ଅତିଥି ଭାବରେ ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ସମ୍ମାନିତ ଅତିଥି  ଭାବରେ  ଜିପିଇଓ ପ୍ରଦିପ କୁମାର ଠାକୁର, ବିପିଏମ୍ ସଞ୍ଜୀବ କୁମାର କହଁର, ନାଏବ ସରପଞ୍ଚ ପବିତ୍ର ବିଭାର ପ୍ରମୁଖ ଯୋଗ ଦେଇଥିଲେ।
ସରପଞ୍ଚ ସସ୍ମିତା ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଗୋପାଳଦାସ ମହାନନ୍ଦ ସଭା ପରିଚାଳନା କରିଥିଲେ। ସମସ୍ତ ୱାର୍ଡ ସଭ୍ୟ, ସଭ୍ୟାଙ୍କ ଉପସ୍ଥିତିରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଭୀଷ୍ମ ମେହେର, ଯୋଗାଣ ସହାୟକ କୁଳମଣି ବେହେରା ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶିକ୍ଷକ ବୃନ୍ଦ, ଗାଁ ସାଥୀ, ସିଆରପି, ଅଙ୍ଗନବାଡ଼ି ଓ ଆଶା କର୍ମୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ଅବସରରେ ୧୦ଗୋଟି ନୃତ୍ୟଦଳ ନୃତ୍ୟ ପରିବେଷଣ କରିଥିଲେ। ଶେଷରେ ଅତିଥି ମାନେ ଆଜିର ଏହି କାର୍ଯ୍ୟକ୍ରମରେ ଖୋଲିଥିବା ବିଭିନ୍ନ ବିଭାଗର ଷ୍ଟଲ ମାନଙ୍କୁ ବୁଲି ଦେଖିଥିଲେ।

Hot this week

ସୀମା ଟପିଲା ବର୍ବରତା: ୬ବର୍ଷର ଝିଅ ସହିତ ନିର୍ଭୟା ପରି ଘଟଣା

ସମାଜ ଡିଜିଟାଲ ଡେସ୍କ: ଗୁଜୁରାଟର ରାଜକୋଟରେ ଚାଞ୍ଚଲ୍ୟ । ଜଣେ ନିର୍ଦ୍ଦୋଷ,...

ଜେଲ୍‌ ଅଛି ତ ବେଲ୍‌ ଅଛି

କଥା କଥାକେ ଆମ ସମାଜରେ ଅସାମାଜିକ ଲୋକଙ୍କ ମୁହଁରେ ଏହି ବାକ୍ୟ...

ବିପୁଳ ମାଓ ସାମଗ୍ରୀ ଠାବ

ବାଲିଗୁଡା : ବାଲିଗୁଡା ବିଏସ୍‌ଏଫ୍ ଯବାନଙ୍କୁ ବଡ ସଫଳତା ମିଳିଛି। ବଡ଼ଧରଣର...

ଚିନ୍ତାକଳ୍ପ : ଦୃଷ୍ଟିକୋଣ

ଦୃଷ୍ଟିକୋଣ (ଆଭିମୁଖ୍ୟ)ରେ ପରିବର୍ତ୍ତନ ସବୁଠାରୁ ବଡ଼ ପରିବର୍ତ୍ତନ ବୋଲି କୁହାଯାଇଥାଏ। ଆପଣାର...

ସମ୍ପାଦକୀୟ : ଭୂମିକମ୍ପ ବିପତ୍ତି

ଭାରତର ସହରାଞ୍ଚଳ ପାଇଁ ସତର୍କ ଘଣ୍ଟି ଜାପାନରେ ଗତ ୮ ତାରିଖ ଦିନ...

Related Articles

Popular Categories