www.samajalive.in
Tuesday, December 9, 2025
16.1 C
Bhubaneswar

ମାଟ୍ରିକ୍‌ ପରୀକ୍ଷା; ୮ କେନ୍ଦ୍ରରେ ୧୩୦୦ ପରୀକ୍ଷାର୍ଥୀ 

ଲାଞ୍ଜିଗଡ଼: ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ମାଟ୍ରିକ୍‌ ପରୀକ୍ଷା । ପ୍ରବଳ ଖରା ଯୋଗୁଁ ଗୋଟିଏ ପର୍ଯ୍ୟାୟରେ ଦଶମ ବୋର୍ଡ ପରୀକ୍ଷା କରାଯାଉଛି । ସକାଳ ୮ଟାରୁ ଦିନ ୧୦ଟା ଯାଏ ପରୀକ୍ଷା କରାଯାଉଥିବା ବେଳେ କପି ରୋକିବାକୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବୋର୍ଡ, ଜିଲ୍ଲା ଶିକ୍ଷାଧିକାରୀ, ଗଣଶିକ୍ଷା ବିଭାଗ ଏବଂ ଜିଲ୍ଲାପାଳଙ୍କ ନେତୃତ୍ୱରେ ସ୍କ୍ୱାଡ୍ ଗଠନ ହୋଇଛି । ଆଜି ପରୀକ୍ଷାର ପ୍ରଥମ ଦିନରେ ପରୀକ୍ଷାର ୩୦ ମିନିଟ୍‌ ଆଗରୁ ପରୀକ୍ଷାର୍ଥୀମାନଙ୍କୁ ପରୀକ୍ଷା କେନ୍ଦ୍ରକୁ ଛଡ଼ାଯାଇଥିଲା । ଚଳିତ ବର୍ଷ ସମ୍ମେଟିଭ-୨ ପରୀକ୍ଷା ଦେଉଛନ୍ତି ଲାଞ୍ଜିଗଡ ବ୍ଲକରେ ୮ ଗୋଟି ସେଣ୍ଟର ୧୩୦୦ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । କରୋନା ସଂକ୍ରମଣ ରାଜ୍ୟରେ କମ୍‌ ରହିଥିବାରୁ ୨ ବର୍ଷ ପରେ ସ୍ୱାଭାବିକ ଭାବେ ମାଟ୍ରିକ୍‌ ପରୀକ୍ଷା କରାଯାଉଛି । ଅଫଲାଇନ୍‌ ମାଧ୍ୟମରେ ଛାତ୍ରଛାତ୍ରୀ ମାନେ ମାଟ୍ରିକ୍‌ ପରୀକ୍ଷା ଦେଉଛନ୍ତି । ମାଟ୍ରିକ୍‌ ପରୀକ୍ଷା ଏପ୍ରିଲ ୨୯ରୁ ମେ ୬ ତାରିଖ ଯାଏ ଚାଲିବ ।

Hot this week

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

Related Articles

Popular Categories