www.samajalive.in
Sunday, December 7, 2025
14.1 C
Bhubaneswar

କାଉଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ୭୩ତମ ବନ ମହୋତ୍ସବ ପାଳିତ

ଲାଞ୍ଜିଗଡ଼: ବନ ବିଭାଗ ତରଫରୁ ଆଜି ଲାଞ୍ଜିଗଡ଼ରୋଡ଼ ଗ୍ରାମପଞ୍ଚାୟତର କାଉଗଡ଼ା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ସିକେରକୁପା ସେକ୍ସନ ଫରେଷ୍ଟର ଭାଗିରଥୀ ନାଏକଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ରୋଡ଼ ସରପଞ୍ଚ ସୁଶ୍ରୀ ମମତା ଶବର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଗୁଣାତ୍ମକ ଶିକ୍ଷା ବିଶେଷଜ୍ଞ ଅମିତ କୁମାର ଆଚାର୍ଯ୍ୟ, ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସୁପ୍ରଭା ଦୋରା, ସମାଜସେବୀ ଚନ୍ଦ୍ରଶେଖର ମହାପାତ୍ର ଫରେଷ୍ଟ ଗାର୍ଡ ମାଧବୀ ବିଭାର, ବରିଷ୍ଠ ଶିକ୍ଷକ ଜନ୍ମେଜୟ ଶବର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି କଳାକୃଷ୍ଣ ଶବର, ଶିକ୍ଷକ ଗୈାରଚନ୍ଦ୍ର ପଟ୍ଟନାୟକ, କୃଷି ଶିକ୍ଷକ ପ୍ରଦୀପ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ ।
ଖେଳ ଶିକ୍ଷକ ଅମୂଲ୍ୟ ନାଏକ ଏବଂ ବନ ବିଭାଗ ତରଫରୁ ଚନ୍ଦ୍ରଧ୍ବଜ ଶବର ପରିଚାଳନା ସହିତ ସହଯୋଗ କରିଥିଲେ । ଏଇ ଅବସରରେ ବିଦ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ଏହା ପରେ ଛାତ୍ରଛାତ୍ରୀଙ୍କୁ ନେଇ ବିଦ୍ୟାଳୟ ଠାରୁ ଏକ ସଚେତନତା ରାଲିରେ ବାହାରି କାଉଗୁଡ଼ା ଗାଁ ପରିଦର୍ଶନ ପରେ ବିଦ୍ୟାଳୟରେ ପହଞ୍ଚି ଖେଳ ପଡିଆ ପରିସରରେ ବୃକ୍ଷ ରୋପଣ କରାଯାଇଥିଲା। ଏଥିରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଏବଂ ବନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories